ଦୈନିକ ରାଶିଫଳ: 31 ଅଗଷ୍ଟ 2022, ଗଣେଶ ଚତୁର୍ଥୀରେ…. ଶ୍ରୀ ଗଣେଶଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ବଡ ଖୁସିଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୩୧ତାରିଖ, ବୁଧବାର, ସିଂହମାସ ୧୫ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି ଦିବା ୩ଟା ୨୩ମିନିଟ୍ ପରେ ପଞ୍ଚମୀତିଥି, ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ଦିବା ୧୨ଟା ୨ମିନିଟ୍ ପରେ ତୁଳା ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ । ବିଷ୍ଟି କରଣ ଦିବା ୩ଟା ୨୩ମିନିଟ୍ ପରେ ବବ କରଣ । କର୍କଟ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର ଦିବା ୧୨ଟା ୨ମିନିଟ୍ ପର୍ଯ୍ୟନ୍ତ । ମୂଳା ନ ଖାଇଲେ ଭଲ ଦିବା ୩ଟା ୨୩ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୩ଟା ୨୩ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୩ମିନିଟ୍, ଦିବା ୧୧ଟା ୪୬ମିନିଟ୍ ରୁ ଦିବା ୧ଟା ୨୦ମିନିଟ୍, ରାତ୍ରି ୨ଟା ୪୦ମିନିଟ୍ ରୁ ୪ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୧୪ମିନିଟ୍ ରୁ ୧୧ଟା ୨୧ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୮ମିନିଟ୍, ସନ୍ଧ୍ୟା ୬ଟା ୪୬ମିନିଟ୍ ରୁ ରାତ୍ର ୧୦ଟା ୩୬ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ୨ଟା ୩୯ମିନିଟ୍, ରାତ୍ର ୪ଟା ୮ମିନିଟ୍ ରୁ ୫ଟା ୩୩ମିନିଟ୍ । ପର୍ବଦିନ- ଗଣେଶ ଚତୁର୍ଥୀ, ଶ୍ରୀଗଣେଶ ପୂଜା, ବୁଧିବାମନ ଓଷା ତୃତୀୟ ପାଳି ।

ମେଷ:-ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ । ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ । ଗୃହସ୍ଥ ଜୀବନ ସୁଖମୟ ହେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପିଲାମାନଙ୍କ ସଫଳତାରେ ଖୁସିହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବୃଦ୍ଧି ପାଇବ । କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛିଖାଇବାକୁ ଦିଅନ୍ତୁ ।

ସିଂହ:-ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ରାଜକୀୟ ସମ୍ମାନ ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଅଧୁରା କାର୍ଯ୍ୟ ପୂରଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଆତ୍ମୀୟ ଲୋକଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଶୁଭ ସମାଚାର ମିଳିପାରେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ନୂଆ ଚାକିରୀ ମଧ୍ୟ ମିଳିପାରେ । କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳ କ୍ରମେ ସମାଧାନ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ନୂତନ ବନ୍ଧୁ ଭେଟ ହେବା ଫଳରେ ମନସନ୍ତୁଷ୍ଟ ରହିବ । କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- ତିଳକ ଚନ୍ଦନ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!