ମେଷ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ କିଛି ଆରମ୍ଭ କରି ପାରିବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇ ପାରନ୍ତି। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ବୃଷ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜକୀୟ ମାମଲାରେ ସଫଳତା ମିଳିବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ସହକର୍ମୀମାନେ କାମର ପ୍ରଶଂସା କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।
ମିଥୁନ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ଓ କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
କର୍କଟ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାର ସୁଯୋଗ ମିଳିବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ। ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।
ସିଂହ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ରଙ୍କଠାରୁ ସହଯୋଗ ପାଇବେ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବିରୋଧୀମାନେ ଶାନ୍ତ ହେବେ ଏବଂ ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ବ୍ୟବସାୟ କ୍ଷେତ୍ରରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କନ୍ୟା:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ପରିବାରରେ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।
ତୁଳା:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ସଫଳତା ପ୍ରାପ୍ତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବିଚ୍ଛା:-
ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ନିଜ ପରିଶ୍ରମରେ ସଫଳତା ପାଇବେ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଯାତ୍ରାରେ ସଫଳ ହେବେ ଓ ଚେଷ୍ଟାଦ୍ଵାରା ଧନଲାଭ କରିପାରିବେ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ ଓ ଯଶ ସମ୍ମାନ ବଢିବ। ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ଧନୁ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ମକର:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ ଓ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ପରିବାର ଓ ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବ ଏବଂ ବାଧାବିଘ୍ନ ଦୂର ହେବ। ଯଶ ମାନ ସମ୍ମାନ ମିଳିବ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ହେବ। କାର୍ଯ୍ୟ ସ୍ଥିତିରେ ସୁଧାର ହେଲେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ ହେବ। ଗୃହ ସମସ୍ୟାରୁ ମୁକ୍ତି ମିଳିବ ଓ ବିରୋଧୀମାନେ ଦୁର୍ବଳ ହୋଇଯିବେ। ଧନ ସମ୍ପତ୍ତି ଓ ଗୃହ କାର୍ଯ୍ୟରେ ସମୟ ବିତିବ। ପ୍ରିୟ ଲୋକଙ୍କ ସହିତ ସାକ୍ଷାତ ହେବ ଏବଂ ପଦୋନ୍ନତିର ସୁଯୋଗ ମିଳିବ। ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
କୁମ୍ଭ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ଦୂରଯାତ୍ରାରେ ଧନଲାଭ ହେବା ଫଳରେ ନୂତନ ସମ୍ପତି କ୍ରୟ କରିବାର ସମ୍ଭାବନା ଅଛି। ସାମାଜିକ ଉତ୍ସବରେ ଯୋଗ ଦେବେ। ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ ଓ ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି। ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ମୀନ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରି। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ବନ୍ଧୁଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବ ଫଳରେ ଖୁସି ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ବ। ନିଜ ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ। ସଫଳତା ପାଇଁ ଭଲ ସମୟ ମିଳିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।