ଦୈନିକ ରାଶିଫଳ: 31 ଡିସେମ୍ବର ୨୦୨୦, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୩୧ତାରିଖ, ଗୁରୁବାର, ଧନୁମାସ ୧୭ଦିନ, ପୌଷମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ସକାଳ ୯ଟା ୩୦ମିନିଟ୍ ଗତେ ଦ୍ଵିତୀୟା ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ପାଣିକଖାରୁ ଓ ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୫ମିନିଟ୍ ରୁ ୭ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୮ମିନିଟ୍ ରୁ ରାତ୍ର ୯ଟା ୩୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ଅନୁଭବ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ। ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାଂସାରିକ ଜୀବନ ସୁଖମୟ ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ମିଥୁନ:-

ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ ଉନ୍ନତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଖେଳ, କୁଦ ପ୍ରତିଯୋଗିତାରେ ଉତ୍ସାହ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। କେତେକ କର୍ମରେ ସଫଳତା ପ୍ରାପ୍ତି ହୋଇ ପରାକ୍ରମ ବଢିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ହସଖୁସିରେ ସମୟ ବିତାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଉତ୍ସାହ ସହ କାର୍ଯ୍ୟ କରିବେ ଓ ଆଶାନୁରୂପ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ। ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟପାଇଁ ସହଯୋଗ ପ୍ରାପ୍ତି ହେବ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବିଦ୍ୟାରେ ସଫଳତା ପାଇବାର ସମ୍ଭାବନା ଅଛି। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ କୌଣସି ଶୁଭ କାର୍ଯ୍ୟ କରି ସଫଳତା ଅର୍ଜନ କରିବା ସହ ପରିବର୍ତ୍ତନ ଆସିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଆୟବୃଦ୍ଧି, ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହୋଇ ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପାରିବାରିକ ସମସ୍ୟାକୁ ନେଇ ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯାଇ କର୍ମକ୍ଷେତ୍ରରେ ଉନ୍ନତି ସହ ସ୍ଥିତି ସୁଦୃଢ଼ ହେବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ରାଜନୀତିରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। ନୂତନ କର୍ମରେ ନିଯୁକ୍ତି ପାଇବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

କୁମ୍ଭ:-

ବ୍ୟବସାୟୀମାନେ କଠିନ ପରିଶ୍ରମ ଯୁକ୍ତ ହୋଇ ପରିଶ୍ରମର ଉପଯୁକ୍ତ ମୂଲ୍ୟ ଫେରି ପାଇବାକୁ ସହଜ ହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଇ ଗତି କରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ସୂତ୍ର ଚଳାଇ ବିଶେଷ ଉପକୃତ ହେବା ସହ ସ୍ଥାନ ସ୍ଥିତି ଅକ୍ଷୁର୍ଣ୍ଣ ରଖିପାରିବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିପାରିବେ। ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କରିବା ଆବଶ୍ୟକ। ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟୀଙ୍କ ପାଇଁ ଲାଭ ଦିଗଟି ସନ୍ତୋଷ ଜନକ ହେବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ମାଆବାପାଠାରୁ ସହଯୋଗ ପାଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ଉତ୍ସାହିତ ହେବେ। ନିଜ କ୍ଷେତ୍ରରେ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!