ଦୈନିକ ରାଶିଫଳ: ୩୧ ଡିସେମ୍ବର ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମ ଓ ବ୍ୟବସାୟ ରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସଫଳତା ଅର୍ଜନ  କରିବେ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଆର୍ଥିକ, ପାରିବାରିକ ଏବଂ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସାମାଜିକ କାର୍ଯ୍ୟରେ ସଫଳ ହେବେ। ଛାତ୍ର ଛାତ୍ରୀ ମାନଙ୍କର ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପଦୋନ୍ନତିର ସଙ୍କେତ ପାଇବେ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଅର୍ଥଲାଭର ମାର୍ଗ ଖୋଲିଯିବ। ଶୁଭ ସମାଚାର ମିଳିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। ପ୍ରତିକାର ହରିଡା ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟପ୍ରାପ୍ତି ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ରାଜନୈତିକ କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ପାରିବାରିକସ୍ଥିତି ସାମାନ୍ୟ ବଦଳିବ। ଦୂରଯାତ୍ରାର ସୁଯୋଗ ମିଳିବ। ନୂତନ କାର୍ଯ୍ୟରେ ଉନ୍ନତି ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଏବଂ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ। ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। କର୍ମ କ୍ଷେତ୍ରରେ ପୁରୁଣା ସମ୍ପର୍କରୁ ଲାଭବାନ ହେବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର ତିଳକ ଚନ୍ଦନ ଧାରଣ କରନ୍ତୁ।

ତୁଳା:-

ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ନୂତନବନ୍ଧୁଙ୍କ ଆଗମନ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:-

ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। କାରବାରରେ ଲାଭ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ ନକରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ନୂତନ କାମ ଆରମ୍ଭ କରିପାରିବେ। ନିବେଶ ଆଦିରେ ଲାଭ ହେବ।  ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଅନେକ ଦିଗରୁ ଖୁସି ମିଳିବ। ପ୍ରେମୀ ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!