ଦୈନିକ ରାଶିଫଳ: 31 ଡିସେମ୍ବର 2022, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୩୧ତାରିଖ, ଶନିବାର, ଧନୁମାସ ୧୬ଦିନ, ପୌଷମାସ, ଶୁକ୍ଳପକ୍ଷ, ନବମୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର ଦିବା ୧୧ଟା ୪୮ମିନିଟ୍ ପରେ ଅଶ୍ଵିନୀ ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ପରିଘ ଯୋଗ ସକାଳ ୮ଟା ୧୮ମିନିଟ୍ ପରେ ଶିବ ଯୋଗ । ବାଳବ କରଣ ପ୍ରାତଃ ୬ଟା ୨୮ମିନିଟ୍ ପରେ କୌଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ଦିବା ୧୧ଟା ୪୮ମିନିଟ୍ ପରେ ମେଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୩୩ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସନ୍ଧ୍ୟା ୬ଟା ୩୩ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୪ମିନିଟ୍ ରୁ ୭ଟା ୪୫ମିନିଟ୍, ଦିବା ୧ଟା ୧୦ମିନିଟ୍ ରୁ ୨ଟା ୩୧ମିନିଟ୍, ଦିବା ୩ଟା ୫୩ମିନିଟ୍ ରୁ ସନ୍ଧ୍ୟା ୬ଟା ୫୩ମିନିଟ୍, ରାତ୍ର ୪ଟା ୪୬ମିନିଟ୍ ରୁ ୬ଟା ୨୫ମିନିଟ୍ । ଶୁଭସମୟ- ସକାଳ ୭ଟା ୫୨ମିନିଟ୍ ରୁ ୯ଟା ୬ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୧ଟା ୯ମିନିଟ୍, ଦିବା ୨ଟା ୩୨ମିନିଟ୍ ରୁ ୩ଟା ୩ମିନିଟ୍, ଦିବା ୩ଟା ୪୮ମିନିଟ୍ ରୁ ୩ଟା ୫୨ମିନିଟ୍, ରାତ୍ର ୨ଟା ୫୫ମିନିଟ୍ ରୁ ୩ଟା ୪୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବ୍ୟବସାୟରେ କାର୍ଯ୍ୟ ପୂରଣ ହୋଇ ଆୟ ବୃଦ୍ଧି ହେବା ସହ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ । ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଚିତ୍ତପ୍ରସନ୍ନଯୋଗେ କାର୍ଯ୍ୟ ସିଦ୍ଧି ହେବ । ପାରିବାରିକ ଜୀବନ ସୁଖରେ କାଟିବା ସହ ସନ୍ତାନ ସୁଖ ମିଳିବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ସନ୍ତାନଙ୍କ ସେବା ଓ ସମର୍ପଣ ଭାବ ଆନନ୍ଦିତ କରିବ । ସରକାରୀ କର୍ମଚାରୀ ମାନେ ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ଶତୃମାନେ ଦୂରେଇ ଯିବେ ଓ ମିତ୍ରଭାବ ଆଚରଣ କରିବେ । ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବା ଫଳରେ ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । କର୍ମବ୍ୟସ୍ତତାରେ ସମୟ କାଟିବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ପରିବାରରେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବା ଫଳରେ ଆର୍ଥିକସ୍ଥିତି ମଜବୁତ୍ ହେବ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବା ସହ ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତିରେ ସଫଳତା ମିଳିବ । ବିଦ୍ୟାକ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ଶୁଭ ବା ମଙ୍ଗଳ କାମର ଆୟୋଜନ କରିପାରିବେ । ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ପାଇ ନୂଆ କାମ ନୂଆ ପ୍ରେରଣା ଦେବ । କର୍ମକ୍ଷେତ୍ରରେ ଅଧିକ ସମୟ କାମ କରିବାକୁ ପଡିବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଅନ୍ୟମାନଙ୍କ ପରାମର୍ଶ ଅପେକ୍ଷା ନିଜ ନିଷ୍ପତ୍ତି ଉପରେ ଅଧିକ ପ୍ରାଧାନ୍ୟ ଦିଅନ୍ତୁ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ଶତୃମାନେ ପରାଜିତ ହେବେ । ଧନ ଲାଭ ହେବା ଯୋଗୁ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମୀନ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ମନରେ ଭୟ ଆଶଙ୍କା ଦୂରେଇଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଶାରୀରିକ କଷ୍ଟ ଦୂର ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!