ଆଜି କେମିତି ରହିବ ଆପଣଙ୍କ ଦିନ : ୩୧ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୧ ଜାନୁୟାରୀ ୨୦୧୮

ମେଷ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ। 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମିଥୁନ:-

ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କର୍କଟ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

ଆହୁରି ପଢନ୍ତୁ: ଚନ୍ଦ୍ର ଗ୍ରହଣ ୨୦୧୮: ଜାଣନ୍ତୁ ଚନ୍ଦ୍ର ଗ୍ରହଣ ସମୟ ଓ କେମିତି କରିବେ ପାଳନ?

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।

କନ୍ୟା:-

ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ନୂଆ ନିଯୁକ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ତନ୍ଦୁରୁଟି ତିଆରି କରି ଗାଈକୁ ଖାଇବାକୁ ଦେବେ।

ଆହୁରି ପଢନ୍ତୁ: ନିଜ ରାଶି ଅନୁସାରେ ଜାଣନ୍ତୁ ଚନ୍ଦ୍ର ଗ୍ରହଣ ସମୟରେ କଣ କରିବେ ଉପାୟ ?

ବିଛା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟୟ ଅଧିକ ହେତୁ ବଜେଟ ବୃଦ୍ଧି ହେବ। ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ। ଆଳସ୍ୟପରାୟଣ ବୃଦ୍ଧି ପାଇବ। ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ। ନିଜ ଲୋକମାନେ ବିଶ୍ଵାସ ଘାତକତା କରିବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମକର:-

ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ପାରିବାରିକ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିକୁ ନେଇ ପ୍ରସାଦ କରି ବାଣ୍ଟିବା

କୁମ୍ଭ:-

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମୀନ:-

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!