ଦୈନିକ ରାଶିଫଳ: ୩୧ ଜାନୁୟାରୀ ୨୦୧୯, ମାତା ଲକ୍ଷ୍ମୀ ଆଜି ଏହିସବୁ ରାଶି ଉପରେ ଅଛନ୍ତି ପ୍ରଶନ୍ନ, ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୧ ଜାନୁୟାରୀ ୨୦୧୯

ମେଷ:-

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। କାର୍ଯ୍ୟକ୍ଷେତ୍ରରେ ଓ ପରିବାରରେ ମାନସିକ ଶାନ୍ତି ମିଳିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।  

ମିଥୁନ:-

ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ। ଋଣରୁ ମୁକ୍ତି ମିଳିବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଶତ୍ରୁବାଧା ଦୂରେଇ ଯିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

କର୍କଟ:-

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟ ରେ କୌଣସି କାରଣକୁ ନେଇ ନୂତନପନ୍ଥା ଅନୁସରଣ କରିବେ। ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ମିଳିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।

ସିଂହ:-

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ଆୟର ସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହୋଇ ପାରେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଜାଗା, ଜମି କ୍ରୟ କରି ପାରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଛା:-

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ବନ୍ଧୁତ୍ଵ ବୃଦ୍ଧି ପାଇବ। କର୍ମଜୀବିମାନଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବେ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ବନ୍ଧୁଙ୍କ ଆଗମନ ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମକର:-

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ମହିଳାମାନେ ସହଜରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ରାସ୍ତା ଖୋଳିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦ-ବିବାଦ, ମାଲିମୋକଦ୍ଦମା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!