ଦୈନିକ ରାଶିଫଳ: ୩୧ ଜାନୁୟାରୀ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆର୍ଥିକ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହୋଇପାରେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି। ଗୃହୋପକରଣ କ୍ରୟ କରିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

କନ୍ୟା:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ।  ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ରାଜନୀତିରେ ଯଶମାନ ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନ ସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର:– ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ।

କୁମ୍ଭ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!