ଦୈନିକ ରାଶିଫଳ: 31 ଜାନୁୟାରୀ ୨୦୨୧, ସୂର୍ଯ୍ୟଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ସମସ୍ତ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୩୧ତାରିଖ, ରବିବାର, ମକରମାସ ୧୮ଦିନ, ମାଘମାସ, କୃଷ୍ଣପକ୍ଷ, ତୃତୀୟାତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୬ମିନିଟ୍ ରୁ ୧୦ଟା ୭ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୯ଟା ୧ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ୧ଟା ୩୫ମିନିଟ୍ । ପର୍ବଦିନ- ସଙ୍କଟ ଚତୁର୍ଥୀ ବ୍ରତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ଲକ୍ଷ୍ୟସ୍ଥଳରେ ପହଁଞ୍ଚି ପାରିବେ । ପ୍ରତିଯୋଗୀତା ପରୀକ୍ଷା, କଳା, ମଞ୍ଚ, ସିନେମା, ଚିତ୍ରକଳା ଆଦିରେ ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ବ୍ୟବସାୟରେ ଲାଭ ହେବ । ସ୍ୱଭାବରେ ଦୃଢ଼ତା ଓ କଠୋରତା ସୃଷ୍ଟି ହେବ । ଆତ୍ମନିୟନ୍ତ୍ରଣ କରିବା ଶିଖିବେ । ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଭିତରେ ଗତି କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ଶାରୀରିକ ଅସୁସ୍ଥତା ଦୂର ହେବ । ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ଲାଭ ପାଇବେ । ଅଟକିଥିବା ଅର୍ଥ ପ୍ରାପ୍ତି ହେବ । ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ନୂତନକାର୍ଯ୍ୟର ପ୍ରେରଣା ପାଇ ଅନେକଦିନ ଧରି ଯାହା ଚିନ୍ତା କରୁଥିଲେ ତାକୁ କାର୍ଯ୍ୟକାରି କରି ପାରିବେ । ପଢ଼ାପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କଠାରୁ ଆଶାତୀତ ସହଯୋଗ ମିଳିବ । ଅଧ୍ୟୟନରେ ଲକ୍ଷ୍ୟସ୍ଥଳରେ ପହଁଞ୍ଚି ପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ । ଆକସ୍ମିକ ଅର୍ଥଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

କାର୍ଯ୍ୟକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବାଣୀ ଓ କ୍ରୋଧକୁ ଆୟତ୍ତ ନକଲେ ଧନହାନୀ ହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟ ଭଲ ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବିଦ୍ୟାର୍ଥିମାନେ ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରର ସୁଖ ସୌଭାଗ୍ୟ ତଥା ଯଶ ପ୍ରସିଦ୍ଧି ଆଶା କରି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇଯିବ । ଆର୍ଥିକ ପରିସ୍ଥିତି ଉତ୍ତମ ରହିବ । ଆୟ ଉପାର୍ଜନରେ ବାଧା ନାହିଁ । ବାଦବିବାଦ, ଖେଳ, କୁଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । କେହି କୌଣସି କ୍ଷତି କରିପାରିବେ ନାହିଁ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ରାଜନୀତି ମାମଲାରେ ସଫଳତା ମିଳି ଯଥେଷ୍ଟ ଅଗ୍ରଗତି ଘଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ସାମାଜିକ ପତିଆରା ଅମଳିନ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-

ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍ । ତୀର୍ଥାଟନ ଯୋଗଥିବାରୁ ଯାତ୍ରା କରି ଆନନ୍ଦିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନ ବୃଦ୍ଧିହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମକର:-

ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ । କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କୁମ୍ଭ:-

ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ଚତୁରତାସହ ଗତିକରି କାମ ହାସଲ କରିବେ । ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!