ଦୈନିକ ରାଶିଫଳ: 31 ଜାନୁୟାରୀ 2023, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୩୧ତାରିଖ, ମଙ୍ଗଳବାର, ମକରମାସ ୧୮ଦିନ, ମାଘମାସ, ଶୁକ୍ଳପକ୍ଷ, ଦଶମୀତିଥି ଦିବା ୧୧ଟା ୫୪ମିନିଟ୍ ପରେ ଏକାଦଶୀତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବ୍ରହ୍ମଯୋଗ ଦିବା ୧୦ଟା ୫୮ମିନିଟ୍ ପରେ ଇନ୍ଦ୍ରଯୋଗ । ଗର କରଣ ଦିବା ୧୧ଟା ୫୪ମିନିଟ୍ ପରେ ବାଣିଜ୍ୟ କରଣ । ମକର ରାଶିର ଘାତବାର । ବିଛାରାଶିର ଘାତଚନ୍ଦ୍ର । ନିଷେଧଖାଦ୍ୟ- କଳମଶାଗ ନ ଖାଇଲେ ଭଲ ଦିବା ୧୧ଟା ୫୪ମିନିଟ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୧୧ଟା ୫୪ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୯ମିନିଟ ରୁ ୯ଟା ୧୩ମିନିଟ ଦିବା ୧ଟା ୨୩ମିନିଟ ରୁ ୨ଟା ୪୭ମିନିଟ, ସନ୍ଧ୍ୟା ୭ଟା ୧୦ମିନିଟରୁ ୮ଟା ୪୭ମିନିଟ । ଶୁଭସମୟ- ଦିବା ୯ଟା ୧୩ମିନିଟ ରୁ ୧୦ଟା ୫୩ମିନିଟ, ଦିବା ୧ଟା ୬ମିନିଟରୁ ୧ଟା ୨୩ମିନିଟ, ଦିବା ୪ଟା ୧୦ମିନିଟରୁ ୪ଟା ୪୯ମିନିଟ, ସନ୍ଧ୍ୟା ୫ଟା ୩୪ମିନିଟ ରୁ ୬ଟା ୨୫ମିନିଟ, ରାତ୍ରି ୯ଟା ରୁ ୧୧ଟା ୩୪ମିନିଟ, ରାତ୍ରି ୨ଟା ୮ମିନିଟରୁ ୩ଟା ୫୧ମିନିଟ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ରାଜନୀତିରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । କୌଣସି ନୂତନ କର୍ମର ଆୟୋଜନ କରିପାରିବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଅନେକ ଦିଗରୁ ଧନର ଆଗମନ ହୋଇ ପାରେ । ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ଶରୀର ଭଲ ରହିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ବନ୍ଧୁମିତ୍ର ମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । କ୍ୟାରିୟରର ଭବିଷ୍ୟତକୁ ନେଇ ଯୋଜନା କରିବେ । ଜୀବନସାଥୀଙ୍କ ପରାମର୍ଶରେ ଯଦି କୌଣସି ନିବେଶ କରିବାକୁ ଯୋଜନା କରୁଛନ୍ତି ତେବେ ଆଶାନୁଯାଇ ଫଳ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଟଙ୍କା ଆଦାନ ପ୍ରଦାନ କାରବାରରେ ଉନ୍ନତି କରିପାରିବେ । ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ପ୍ରଚୁର ଧନଲାଭ ହେବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ । ବ୍ୟବସାୟୀ ମାନେ ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପାରିବାରିକ ଜୀବନ ସୁଖରେ କାଟିବେ । ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ । ପାରିବାରିକ ଜୀବନରେ ସ୍ଵାମୀସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚ କରିବାକୁ ପଡିପାରେ । ଜୀବନସାଥୀଙ୍କ ଇଛାକୁ ସମ୍ମାନ ଦେଇ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାଙ୍ଗ ସାଥିଙ୍କ ଠାରୁ ସାହାଯ୍ୟ ପାଇ ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଅଦାୟ କରି ପାରିବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଆତ୍ମୀୟ ଲୋକଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପ୍ରେମପ୍ରସଙ୍ଗ ବା ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରିପାରନ୍ତି । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:- ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!