ଦୈନିକ ରାଶିଫଳ: ୩୧ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୧ ଜୁଲାଇ ୨୦୧୮

ମେଷ

ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ।  ମାନସିକ ଏକାଗ୍ରତା ବଜାୟ ରହିବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ

କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

<<Vastu>>> | <<< Jataka Bichara >>>

କର୍କଟ

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ। ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ। ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ

ନୂତନ କର୍ମନିଯୁକ୍ତିପାଇ ପାରିବେ। ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସୁଖ ସମ୍ପତ୍ତି ଲାଭ ହେବ। ଭାଗୀଦାର ବ୍ୟବସାୟରେ ବାଦ ବିବାଦ ମେଣ୍ଟିଯିବ।  ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ମହିଳା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା

ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚ୍ଚଆଶା ସଫଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ। ବ୍ୟବସାୟରେ  ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ପାରିବାରିକ ଜୀବନରେ ଶାନ୍ତି ଆସିବ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ତୁଳା

ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ।  ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମପ୍ରାପ୍ତି ହେବ। ମହିଳାମାନେ ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ପ୍ରତିକାର ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା

ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ। ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହୋଇ ପାରନ୍ତି। ଶତୃ ବୃଦ୍ଧି, ଦାମ୍ପତ୍ୟ କଳହ, ଭାତୃ ବିବାଦ ଦେଖା ଦେବ। ବହୁ ଦୁଃଶ୍ଚିନ୍ତା ମଧ୍ୟରେ ଗତି କରିବେ।  ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଠିନ ପରିଶ୍ରମ କରିବେ। ଶତୃ, ରୋଗ ଋଣର ଶୀକାର ହେବେ। ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ବିଫଳ ହେବେ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଧନୁ

କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଋଣ ଭାରରୁ ମୁକ୍ତି ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର

ନୂତନ ବ୍ୟବସାୟର ଶୁଭାରମ୍ଭ ସହ ଭଲ ରୋଜଗାର ମଧ୍ୟ କରିପାରିବେ।  ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି ପାଇବେ।  ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ।  ମହିଳାମାନେ ନିକଟସ୍ଥ ଧାର୍ମିକ କାର୍ଯ୍ୟରେ  ଯୋଗ ଦେବେ। ରାଜନୈତିକ  କ୍ଷେତ୍ରରେ  ଦୂର ସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ

ବ୍ୟୟ ହ୍ରାସ ପାଇବାସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ। ମହିଳାମାନେ ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ। କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମ କ୍ଷେତ୍ରରେ ବାଧା ସୃଷ୍ଟି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!