ଦୈନିକ ରାଶିଫଳ: ୩୧ ଜୁଲାଇ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ଆକସ୍ମିକ ଧନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପୂରାତନ ରୋଗର ଉପଶମ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ଶତ୍ରୁମାନେ ମଥାନତ କରିବେ। ବନ୍ଧୁ ସମାଗମ ହେବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ।କର୍ମଜୀବୀ ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ  କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲି ମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।   

ସିଂହ:-

କର୍ମ କ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ଶତୃମାନେ ଦୂରେଇ ଯିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଶରୀର ସୁସ୍ଥ ରହିବ ଓ ଋଣରୁ ମୁକ୍ତି ମିଳିବ। ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ। ମିଷ୍ଠାନ୍ନ ଭୋଜନ କରିବେ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। କୋର୍ଟ କଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶିଆଘାତ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସାମାଜିକ ସ୍ତରରେ ଖ୍ୟାତି ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ବକେୟା ଅର୍ଥ କିଛି ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ। ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ। ପାଖ ପଡ଼ୋଶୀମାନେ କଟୁବଚନ ଶୁଣେଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମହିଳାମାନେ ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପୁରୁଣା ରୋଗରୁ ଉପଶମ ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି  ଆଶାତିତ ଲାଭବାନ୍ ହେବେ। ଅଚାନକ ଆର୍ଥିକ ସମସ୍ୟା ଦୂରେଇ ଯିବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା  ସଫଳ ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ବ୍ୟବସାୟ ଓ କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!