ଦୈନିକ ରାଶିଫଳ: ୩୧ ଜୁଲାଇ ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୩୧ ତାରିଖ, ଶୁକ୍ରବାର, କର୍କଟ ମାସ ୧୬ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ସକାଳ ୭ଟା ୫ମିନିଟ୍ ଗତେ ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୬ମିନିଟ୍ ରୁ ୬ଟା ୧୬ମିନିଟ୍, ସକାଳ ୭ଟା ୧୦ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୪ଟା ୩୭ମିନିଟ୍ ରୁ ୬ଟା ୨୦ମିନିଟ୍, ସନ୍ଧ୍ୟା ୭ଟା ୪୯ମିନିଟ୍ ରୁ ୯ଟା ୫ମିନିଟ୍। ପର୍ବଦିନ- ଗରୁଡ ଶୟନ, ଶ୍ରୀବିଷ୍ଣୁ ପବିତ୍ରାରୋପଣ, ଆଖେଟକ ପର୍ବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ  ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଭାଗୀଦାରୀ ଓ ଆତ୍ମୀୟଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ। ଭାଗୀଦାରୀଙ୍କ ସମ୍ପର୍କରେ ମଧୁରତା ଆସିବ ଓ ବ୍ୟବସାୟରେ ଉନ୍ନତି ହେବ। କଚେରି ମାମଲାରେ ସମସ୍ୟା ସମାଧାନ ହୋଇ ଯିବ।  ବିଦ୍ୟାକ୍ଷେତ୍ରରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ରାଜନୈତିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଅର୍ଥ ସମ୍ପର୍କୀୟ ସମସ୍ୟା  ଅନୁକୂଳ ରହିବ।  ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। କେତେକ କ୍ଷେତ୍ରରେ ସଫଳ ହେବା ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ସିଂହ:-

ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ ଇଚ୍ଛା ମୁତାବକ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

କନ୍ୟା:-

ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ପାରିବାରିକସ୍ତର ହସ ଖୁସିରେ କଟିବା ସହ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ସମାପନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ହେବ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ।  ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆୟ ଉତ୍ତମ ହେବା ସ୍ଥଳରେ ବ୍ୟୟ ହ୍ରାସ ପାଇବା ସହ ଆକସ୍ମିକ ଅର୍ଥଲାଭର ଯୋଗ ମଧ୍ୟ ରହିଛି। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇ ମୁଣ୍ଡ ଉଚ୍ଚା ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଯୋଗାଯୋଗର ସୁଯୋଗ ପାଇବେ।  ଗୃହ କାର୍ଯ୍ୟରେ ସମୟ ବିତିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଛାତ୍ରଛାତ୍ରୀ ମାନଙ୍କର ପରୀକ୍ଷା ପରିଣାମ ଅନୁକୂଳ ହେବ।  ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି।  ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିପଦରେ ପକାଇବ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।  

ଧନୁ:-

ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟ ରେ ଯୋଗଦେଇ ପାରନ୍ତି। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।  

ମକର:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟରେ ସହନଶୀଳତା ଯୋଗେ ଯଶ ମିଳିବ। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରି ପାରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ପ୍ରଶଂସା ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେମକ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯାଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ମୀନ:-

ବ୍ୟବସାୟରେ ସୁଯୋଗ ପାଇ ସଫଳତା ଅର୍ଜନ କରିବେ ଓ ବ୍ୟବସାୟିକ ସ୍ଥିତି ସନ୍ତୋଷ ଜନକ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!