ଦୈନିକ ରାଶିଫଳ: 31 ଜୁଲାଇ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ୩୧ତାରିଖ, ରବିବାର, କର୍କଟମାସ୧୫ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ମଘାନକ୍ଷତ୍ର ଦିବା ୨ଟା ୧୯ମିନିଟ୍ ପରେ ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ ସନ୍ଧ୍ୟା ୭ଟା ୧୦ମିନିଟ୍ ପରେ ପରିଘ ଯୋଗ । ତୈତିଳ କରଣ ଦିବା ୩ଟା ୪୨ମିନିଟ୍ ପରେ ଗର କରଣ । ମେଷ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୪ଟା ୧୮ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୨୯ମିନିଟ୍, ରାତ୍ରି ୧ଟା ୧୬ମିନିଟ୍ ରୁ ୨ଟା ୩୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୬ମିନିଟ୍ ରୁ ୯ଟା ୪୨ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୨ଟା ୧ମିନିଟ୍, ସନ୍ଧ୍ୟା ୭ଟା ୫ମିନିଟ୍ ରୁ ରାତ୍ର ୯ଟା ୧୬ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୧୫ମିନିଟ୍, ରାତ୍ର ୨ଟା ୪୦ମିନିଟ୍ ରୁ ରାତ୍ର ୩ଟା ୧୧ମିନିଟ୍ । ପର୍ବଦିନ- ବୁଧ ଗ୍ରହ ରାତି ୩ଟା ୪୪ମିନିଟ୍ ରେ ସିଂହ ରାଶିକୁ ଚଳିବେ ।

ମେଷ:-ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାର ପାଳନ କରନ୍ତୁ । ବିଦ୍ୟାର୍ଥୀମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବଢିବ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଗ୍ୟାଷ୍ଟିକ ସମସ୍ୟା ଦେଖାଦେବ । ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଭିତରେ ଗତି କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସହକର୍ମୀ ଓ ଅଧିନସ୍ଥ କର୍ମଚାରୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ପୁରାତନ ସମସ୍ୟାର ସମାଧାନ ହେବ । କୌଣସି ପ୍ରତିଷ୍ଠିତ ରାଜନେତାଙ୍କ ସହ ସାକ୍ଷାତ କରି ଅଟକୁଥିବା କାର୍ଯ୍ୟକୁ ପୂରଣ କରିବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଶାରିରୀକ ସୁସ୍ଥତା ଦେଖା ଦେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ନୂତନ ବସ୍ତ୍ରଭୂଷଣ ଆଦି ଲାଭ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସମାଜ ସେବାକରି ସ୍ଵନାମ ଅର୍ଜନ କରିବେ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ । ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇ ଯିବ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବା ଫଳରେ ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ । ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ମନୋକାମନା ପୂରଣ ହେବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ବ୍ୟବସାୟରେ ମନ ଲଗେଇ କାମକଲେ ଭଲ ଲାଭହେବ । ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଓ ତିକ୍ତତା ଭାବର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ । ଇଲେକ୍ଟ୍ରୋନିକ୍‌ସ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ । ଅନ୍ୟର ଚିନ୍ତାଧାରାକୁ ଧ୍ୟାନ ଦିଅନ୍ତୁ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସାନ ଭାଇ ଭଉଣୀଙ୍କ ଠାରୁ ଲାଭ ପାଇବା ସହ ଆପଣ ସେମାନଙ୍କର ସବୁ ଆବଶ୍ୟକତାର ସଂପୂର୍ଣ୍ଣ ଯତ୍ନ ନେବେ । ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ । ଯେ କୌଣସି ରଚନାତ୍ମକ କାର୍ଯ୍ୟରେ ବ୍ୟସ୍ତ ରହିବେ । ପରିବାର ସହିତ ଭଲରେ ସମୟ ବିତାଇବେ । ଆପଣ ବିଚାର କରିଥିବା କାର୍ଯ୍ୟ ଗୁଡିକୁ ପୁଣି ଆରମ୍ଭ କରିବାକୁ ଚେଷ୍ଟା କରିବେ । ଜୀବନ ପ୍ରତି ସକାରାତ୍ମକ ମନୋଭାବ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ବ୍ୟବସାୟରେ ବୁଦ୍ଧି ପ୍ରୟୋଗ କରି ବଡ ଧରଣର ସଫଳତା ପାଇପାରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ବିରୋଧି ମାନେ ପ୍ରଶଂସା କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେବେ । ଉଚ୍ଚାଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପନ ହେବ । ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଧୀରସ୍ଥିର ଭାବରେ ସମସ୍ୟା ଗୁଡିକ ସୁଧାରୀ ନେବା ଉଚିତ୍ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ବ୍ୟବସାୟରେ ସାମାନ୍ୟ ଲାଭବାନ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପଦସ୍ଥବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟରେ ଅଟକିଥିବା କାର୍ଯ୍ୟ ପୂରଣ ହେବ । ଆକସ୍ମିକ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇବେ । ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ କାର୍ଯ୍ୟରେ ସଫଳ ହେବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର ହେବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସଫଳତା ଅର୍ଜନ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ । ଛାତ୍ର ଛାତ୍ରୀ ମାନଙ୍କର ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସମସ୍ତ ସମସ୍ୟା ଅପସରି ଯିବ ଶତୃମାନେ ତଳମୁହାଁ ହେବେ । ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଗୁରୁତ୍ୱପୂର୍ଣ୍ଣ ଯୋଜନାକୁ ଆରମ୍ଭ କରିପାରିବେ । ରିଅଲଷ୍ଟେଟ ସହିତ ଜଡିତ ଥିବା ବ୍ୟକ୍ତିମାନଙ୍କୁ ଏକ ବଡ ଧରଣର ଡିଲ୍ ମିଳିପାରେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!