ଦୈନିକ ରାଶିଫଳ: ୩୧ ମାର୍ଚ୍ଚ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ଲୋକମାନଙ୍କୁ ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ମାନ ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୧ ମାର୍ଚ୍ଚ ୨୦୧୯

ମେଷ:-

ରାଜନୀତି କ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ହେବ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ। ସମାଧାନ:- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ରାଜନୀତିରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ ଓ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେଇ ମଥାନତ କରିବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ। ସମାଧାନ:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-

ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ ଓ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ସମାଧାନ:- ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

କର୍କଟ:-

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶୁଭକାମ କରି ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସମାଚାର ମିଳିବ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରି ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପାରିବାରିକ ସମସ୍ୟା ସୁଧାରୀ ନେବେ। ସମାଧାନ:- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ରାଜନୀତିରେ ଉଚ୍ଚପ୍ରଶଂସିତ ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବ୍ୟବସାୟରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରଶଂସା ପାଇବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ସମାଧାନ:- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

କନ୍ୟା:-

ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଆଗ୍ରହ ବଢିବ। ରାଜନୀତି କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ସମାଧାନ:- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।  

ତୁଳା:-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜ ନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସମାଧାନ:- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ ଓ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ରାଜନୀତି କ୍ଷେତ୍ରରେ ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଆନନ୍ଦିତ ହେବେ। ସମାଧାନ:-ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତିରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ବିଜୟୀ ହେବେ। ସମାଧାନ:- ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-

ନୂତନ ସଂସ୍ଥାର ଆୟୋଜନ କରିବେ। ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ। ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ। ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସମାଧାନ:- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କୁମ୍ଭ:-

ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖା ଦେବ। ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ। ବିଦେଶ ଯାତ୍ରାରେ ଲାଭ ପାଇବେ। ସମାଧାନ:- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଲାଭବାନ ହେବେ ଓ ପୂର୍ବ ଶତ୍ରୁତାର ଅବସାନ ଘଟିବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ସମାଧାନ:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!