ଦୈନିକ ରାଶିଫଳ: 31 ମାର୍ଚ୍ଚ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୩୧ତାରିଖ, ବୁଧବାର, ମୀନମାସ ୧୮ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ତୃତୀୟାତିଥି, ସ୍ଵାତୀନକ୍ଷତ୍ର, ସକାଳ ୯ଟା ୪୫ମିନିଟ୍ ଗତେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ, ଦିବା ୨ଟା ୬ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୭ଟା ୨୧ମିନିଟ୍, ଦିବା ୧୦ଟା ୨୦ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୧ଟା ୫୩ମିନିଟ୍ ରୁ ୫ଟା ୭ମିନିଟ୍, ସନ୍ଧ୍ୟା ୬ଟା ୪୫ମିନିଟ୍ ରୁ ରାତ୍ର ୧୦ଟା ୩୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ଉତ୍ତମ ରୋଜଗାର କରିପାରିବେ ଓ ପ୍ରଚୁର ଅର୍ଥ ଲାଭହେବ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବା ସହ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

ଗୁରୁଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ଚାକିରୀ କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବା ଫଳରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଶିକ୍ଷାର୍ଥୀମାନଙ୍କର ଉଚ୍ଚଆଶା ସଫଳ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । କର୍ମ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତିରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସରକାରୀ ସାହାଯ୍ୟ ମିଳିପାରେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟୀ ମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ପରିବର୍ତ୍ତନର ଝଲକ ଦୃଶ୍ୟହେବା ସହ ଉତ୍ତମ ରୋଜଗାର କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-

ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-

ପ୍ରମୋଶନ ସୂଚନାପାଇ ଖୁସି ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବା ସହ ଅର୍ଥଲାଭର ଯୋଗ ରହିଛି । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ । ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ମାଲିମୋକଦ୍ଦମାରେ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । ଛାତ୍ର ଛାତ୍ରୀ ମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମୀନ:-

କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେ ମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ ପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ବ୍ୟବସାୟରେ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହୋଇ ପାରେ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!