ଦୈନିକ ରାଶିଫଳ: 31 ମାର୍ଚ୍ଚ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୩୧ ତାରିଖ, ଶୁକ୍ରବାର, ମୀନମାସ ୧୭ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଦଶମୀତିଥି, ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ସୁକର୍ମା ଯୋଗ। ତୈତିଳ କରଣ ଦିବା ୧୨ଟା ୪୪ମିନିଟ୍ ପରେ ଗର କରଣ। ବିଛା, ଧନୁ ଓ ମୀନ ରାଶିର ଘାତବାର। ନିଷିଦ୍ଧ ଖାଦ୍ୟ-କଳମଶାଗ ନ ଖାଇଲେ ଭଲ ରାତ୍ରି ୧ ଟା ୫୮ ମିନିଟ୍ ପରେ ଶିମ୍ବ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ରାତ୍ରି ୧ଟା ୫୮ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ-ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୮ଟା ୪୮ମିନିଟ୍ ରୁ ଦିବା ୧୦ଟା ୧୯ମିନିଟ୍, ରାତ୍ରି ୮ଟା ୫୩ମିନିଟ୍ ରୁ, ରାତ୍ରି ୧୦ଟା ୨୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୬ଟା ୩୪ମିନିଟ୍, ପ୍ରାତଃ ୭ଟା ୨୨ମିନିଟ୍ ରୁ ୮ଟା ୪୮ମିନିଟ୍, ଦିବା ୧୨ଟା ୧୫ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୧୯ମିନିଟ୍ ରୁ ୫ଟା ୫୬ ମିନିଟ୍, ରାତ୍ରି ୭ଟା ୩୧ମିନିଟ୍ ରୁ ୮ଟା ୫୩ମିନିଟ୍। ରାତ୍ରି ୧ଟା ୪୮ ମିନିଟ ରୁ ୪ଟା ୧୦ମିନିଟ । ପାର୍ବଦିନ- ସର୍ବତ୍ର ବାସନ୍ତିକ ଦଶହରା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନଙ୍କର ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ର ମାନଙ୍କର ସହଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସନ୍ତାନମାନେ ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ରାଜନୀତି କ୍ଷେତ୍ରରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳ ପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବ୍ୟବସାୟୀମାନେ ବୁଦ୍ଧିମତା କାରଣରୁ ପ୍ରଚୁର ଲାଭ କରିବେ। କଠିନ ପରିଶ୍ରମ କରି ଆଶାଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ସରକାରୀ କାର୍ଯ୍ୟରେ ସଫଳତା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପେଶା, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରି ପାରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପଢ଼ାପଢ଼ିରେ ମନଯୋଗ ଦେଇ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେଇ ପାରନ୍ତି। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତ ଓ କ୍ରିଡା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହୋଇପାରେ। ଦୂରସ୍ଥାନକୁ ଯାତ୍ରା କଲେ ଦୁର୍ବଳତା ଅନୁଭବ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କାର୍ଯ୍ୟକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଛାତ୍ର ଛାତ୍ରୀମାନେ କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ମିଳିବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ସହ ଭୁଲ୍ ବୁଝାମଣାର ନିରାକରଣ ହେବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟରେ ସୁଧାର ଆସିବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ସରକାରୀ କାମରେ ସଫଳତା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଶତୃମାନେ ଦୂରେଇ ଯିବେ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର-ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଉଚ୍ଚ ଅଧିକାରୀଙ୍କଠାରୁ ସମସ୍ୟା ଦେଖାଦେଇପାରେ। ଜଣେ ସମ୍ପର୍କୀୟଙ୍କ ଠାରୁ କଷ୍ଟ ପାଇପାରନ୍ତି। ରାଜନୀତି କ୍ଷେତ୍ରରେ ପଦାଧିକାରୀ ବର୍ଗଙ୍କ ଦ୍ୱାରା ଅସୁବିଧାର ସମ୍ମୁଖୀନ ହେବେ। ସତର୍କ ହୋଇ କାର୍ଯ୍ୟ କରିବା ଉଚିତ୍‌। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!