ଆଜି କେମିତି ରହିବ ଆପଣଙ୍କ ଦିନ : ୩୧ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩୧ ମଇ ୨୦୧୮

ମେଷ:

ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ନଷ୍ଟ ହେବ। ପ୍ରତିକାର- ମସୁରଡାଲି ଦରିଦ୍ରକୁ ଦାନ କରନ୍ତୁ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ସହକର୍ମୀ କେହି ଇର୍ଷାତୁର ହୋଇ  କ୍ଷତିକରି ପାରନ୍ତି। ମହିଳାମାନେ କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କର୍ମରେ ଅସନ୍ତୋଷ ସୃଷ୍ଟି ହେବ। ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡିବ। ଶାରୀରିକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା କଷ୍ଟ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:

ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର:- ଦ୍ରୁଷ୍ଟିହୀନ ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।  

କର୍କଟ:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।  

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ସିଂହ:-

ବ୍ୟବସାୟୀମାନଙ୍କର କାରବାର ବଢିବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ। ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ। ପାରିବାରିକ କ୍ଷେତ୍ରରେ ସ୍ଣେହ  ସଦ୍ଭାବର ଅଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳରୁ  ଦୂରେଇ ଯିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

ବିଛା:-

ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଲାଭବାନ ହେବେ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ନୂତନ କାର୍ଯ୍ୟ ଆରମ୍ଭ କଲେ ବିପଦରେ ପଡି ପାରନ୍ତି। ଶତୃମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।  

ଧନୁ:-

କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟୀକ ମାମଲାରେ ବିଶେଷ ବ୍ୟସ୍ତ ରହିବେ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ପ୍ରତିକାର- ତେଲଭାଜି ଜଳଖିଆ ଦରିଦ୍ରକୁ ଦାନ କରନ୍ତୁ।  

ମକର:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ।  ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର:- ଦ୍ରୁଷ୍ଟିହୀନ ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହେବ। ବ୍ୟବସାୟରେ  ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ। ନୂତନ ସଂସ୍ଥାର ଆୟୋଜନ କରିବେ। ପ୍ରତିକାର:- ଗୋମାତାଙ୍କୁ  ଖାଦ୍ୟ ଦିଅନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ।  ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ। ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!