ଦୈନିକ ରାଶିଫଳ: ୩୧ ମଇ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କର ବ୍ୟବସାୟରେ ପ୍ରଚୁର ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ରାଜନୀତି କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମହିଳା ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ସିଂହ:-

ରାଜନୀତି କାର୍ଯ୍ୟରେ ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ମହିଳାମାନେ ପିଲାମାନଙ୍କ ସଫଳତାରେ ଖୁସିହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ତୁଳା:-

ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ  ତଥା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ। ସମୟ ଆନନ୍ଦମୟ ହେବ। ହୋଟେଲ, କଳାକାର, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ତେଲବ୍ୟବସାୟୀ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ। ଆର୍ଥିକ ସାହାଯ୍ୟ ମିଳିବ। କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ। ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ। ପ୍ରତିକାର:-ଅସହାୟକୁ ନିରାଶ କରନ୍ତୁ ନାହିଁ ।

ମୀନ:-

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିକାର:- ଅରୁଆଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!