ଦୈନିକ ରାଶିଫଳ: ୩୧ ମଇ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୩୧ ତାରିଖ, ରବିବାର, ବୃଷମାସ ୧୮ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ନବମୀତିଥି, ଉତ୍ତରାଫାଲଗୁନିନକ୍ଷତ୍ର,  ସିଂହ ରାଶିରେ ଚନ୍ଦ୍ର । ମେଷରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ । ଶୁଭସମୟ ପ୍ରାତଃ ୬ଟା ୫୮ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୨ଟା ୪୮ମିନିଟ୍, ସନ୍ଧ୍ୟା ୬ଟା ୧୮ମିନିଟ୍ ରୁ ରାତ୍ର ୭ଟା ୪୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଶିକ୍ଷାକ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ । ସହକର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କର୍ମରେ ଉନ୍ନତି ସହିତ ପରିଣାମ ଅନୁକୂଳ ହେବ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ । ସନ୍ତାନମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ । ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇ ପାରେ । ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ । କର୍ମକ୍ଷେତ୍ରରେ ସ୍ଥିତି ଠିକ୍ ରହିବା ସହ ପ୍ରଶଂସିତ ହେବେ । ପରିବାରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହୋଇ ପାରେ । ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ । କର୍ମଚାରୀ ଓ ଶ୍ରମିକମାନେ କଠିନ ପରିଶ୍ରମ କରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବା ସହ ବେସୀ ଉପକୃତ ହେବେ । ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ବ୍ୟବସାୟରେ କର୍ମଚାରୀ ମାନଙ୍କ କଠିନ ପରିଶ୍ରମ ଓ ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସହକର୍ମୀମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ସହ ଆକସ୍ମିକ ଧନ ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇ ପାରେ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ । ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ସମ୍ପର୍କୀୟଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଶରୀର ସୁସ୍ଥ ରହିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଉତ୍ସାହ ବଢିବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ । ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ ।  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ । ସାମାଜିକ କାର୍ଯ୍ୟରେ ଉତ୍ସାହ ବଢିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ପାରିବାରିକ ଜୀବନରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ମାନ ସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!