ଦୈନିକ ରାଶିଫଳ: 31 ମଇ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୩୧ ତାରିଖ, ସୋମବାର, ବୃଷମାସ ୧୭ ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ଶ୍ରବଣାନକ୍ଷତ୍ର, ମକରରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୨୪ମିନିଟ୍, ରାତ୍ର ୯ଟା ୧୨ମିନିଟ୍ ରୁ ରାତ୍ର ୧୦ଟା ୨୧ମିନିଟ୍, ରାତ୍ର ୧୧ଟା ୪୫ମିନିଟ୍ ରୁ ୧୨ଟା ୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଶତୃ ପରାଜିତ ହେବେ । ବ୍ୟବସାୟରେ ସାମାନ୍ୟ ଚେଷ୍ଟା କଲେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ଯିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ମିଳିବା ଦ୍ୱାରା ଲାଭବାନ୍ ହେବେ । ଅଟକିଥିବା କାର୍ଯ୍ୟସଫଳତା ପୂର୍ବକ ସମ୍ପନ୍ନହେବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ । ଜନ ସମ୍ପର୍କ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-

ସୁଖ ସମ୍ପଦ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଯ ପୂର୍ଣ୍ଣ ସଂପର୍କ ରହିବ । ଦାମ୍ପତ୍ୟଜୀବନ ଆନନ୍ଦମୟ ହେବ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ଅଧିକପରିଶ୍ରମ କରି ସାମାନ୍ୟଲାଭ ପାଇବେ । ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ । ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରୀରିକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢ଼ିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ । କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଧର୍ମକାର୍ଯ୍ୟରେ ଯୋଗଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଆଶାତୀତ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-

କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ । ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଦେହମନ ଭଲ ରହିବ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ ଓ ଧନ ଲାଭର ମାର୍ଗ ଖୋଲିଯିବ । ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଫଳରେ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଦାମ୍ପତ୍ୟଜୀବନ ଆନନ୍ଦମୟ ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଶରୀର ସୁସ୍ଥ ରହିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ପରୀକ୍ଷା, ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ନୂତନ ସମ୍ପତ୍ତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ । ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ । ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-

ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ଅଟକିଥିବା ଧନ ସହଜରେ ପ୍ରାପ୍ତ ହୋଇ ବିଶେଷ ଲାଭବାନ୍ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ଅଭାବ ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଋଣମୁକ୍ତ ଓ ଋଣପ୍ରାପ୍ତି ହେବା ଯୋଗେ ନୂତନ ସଂସ୍ଥାର ଆୟୋଜନ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବା ଫଳରେ ରାଜନୀତିରେ ଫାଇଦା ଉଠାଇବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ଶରୀର ଭଲ ରହିବ । ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ । ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ । ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ନୂତନ କାରବାରରେ ସଫଳତା ମିଳିବ । ପ୍ରତିକାର-ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!