ଦୈନିକ ରାଶିଫଳ: 31 ମଇ 2022, ମହାଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୩୧ତାରିଖ, ମଙ୍ଗଳବାର, ବୃଷମାସ ୧୭ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ପ୍ରତିପଦତିଥି, ରୋହିଣୀ ନକ୍ଷତ୍ର ଦିବା ୧୦ଟା ୧ମିନିଟ୍ ପରେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଧୃତି ଯୋଗ । କିସ୍ତୁଘ୍ନ କରଣ ପ୍ରାତଃ ୬ଟା ୮ମିନିଟ୍ ପରେ ବବ କରଣ । ମକର ରାଶିର ଘାତବାର । ବିଛା ରାଶିରେ ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ସନ୍ଧ୍ୟା ୭ଟା ୧୯ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସନ୍ଧ୍ୟା ୭ଟା ୧୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ୪୯ମିନିଟ୍ ରୁ ୮ଟା ୨୭ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ଦିବା ୩ଟା ୧ମିନିଟ୍, ରାତ୍ରି ୭ଟା ୩୯ମିନିଟ୍ ରୁ ୯ଟା ୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୪୮ମିନିଟ୍, ଦିବା ୯ଟା ୩୪ମିନିଟ୍ ରୁ ଦିବା ୧୨ଟା ୯ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ୫ଟା ୨୪ମିନିଟ୍, ସନ୍ଧ୍ୟା ୬ଟା ୧୮ମିନିଟ୍ ରୁ ୭ଟା, ରାତ୍ର ୯ଟା ୨ମିନିଟ୍ ରୁ ରାତ୍ର ୯ଟା ୫୪ମିନିଟ୍, ରାତ୍ର ୧୨ଟା ୬୭ମିନିଟ୍ ରୁ ୨ଟା ୧୫ମିନିଟ୍ ।

ମେଷ:-ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ରାଜନେତା ମାନଙ୍କର ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଦୂର ଯାତ୍ରାରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଅତ୍ୟଧିକ ଅର୍ଥ ଆୟ କରିବାଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ କରି ପାରିବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପରିବାରରେ ମନୋମାଳିନ୍ୟକୁ ଏଡ଼େଇ ଶାନ୍ତି ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପରିବାରରେ ସଫଳତା ଅର୍ଜନ ଓ ଆର୍ଥିକ ଉନ୍ନତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । ଚାକିରୀ କ୍ଷେତ୍ରରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ ବରଂ ଉନ୍ନତି କରି ପାରିବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟରେଉନ୍ନତି ହେବା ସହ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ଶତୃମାନେ ମଥାନତ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ନୂତନଧାରା ଖୋଲିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!