ସାପ୍ତାହିକ ରାଶିଫଳ: ମଇ ୩୧ ତାରିଖ ରୁ ଜୁନ ୦୬ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ବ୍ୟାପାରରେ ପ୍ରଚୁର ଲାଭ ହେବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରି ପାରିବେ । ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବା ଫଳରେ ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ରାଜନୈତିକ କ୍ଷେତ୍ରର ଲକ୍ଷ୍ୟ ସିଦ୍ଧିହେବା ସହ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଦେଖା ଦେଲେ ମଧ୍ୟ ଶାନ୍ତି ପାଇବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ ଓ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ବନ୍ଧୁମିତ୍ରଙ୍କ ସାହାଯ୍ୟ ସହଯୋଗ ମିଳିବ । ଶତୃ ମାନେ ମିତ୍ରତାର ହାତ ବଢେଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ । ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କର୍ମରେ ଉନ୍ନତି ସହିତ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ନ ବୁଝିବା ଉଚିତ୍ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ରାଜନୀତି କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ କାମ କରି ପ୍ରଶଂସିତ ହେବେ । ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ ପ୍ରତିଷ୍ଠା ବଢିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବା ଫଳରେ ବିଦ୍ୟା କ୍ଷେତ୍ରରେ ଊତ୍ସାହ ଉଦ୍ଦୀପନା ଯୁକ୍ତ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ହୋଟେଲ୍, ତେଲବ୍ୟବସାୟୀ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗରେ ଯୋଗ ଦେଇ ପାରନ୍ତି । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କାମକୁ ଶୃଙ୍ଖଳିତ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କଲେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ଚାକିରୀରେ ପଦୋନ୍ନତି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଶିକ୍ଷାକ୍ଷେତ୍ରରେ ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଦୁଃଖୀ ଲୋକଙ୍କୁ ସାହାରାହେବେ ଓ ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଆଇନ ଅଦାଲତ ତଥା କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଲେଖାପଢାରୁ ଶୁଭଫଳ ମିଳିବ । ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ମାଲିମକଦ୍ଦମାର ସମାଧାନ କରି ପ୍ରଶଂସା ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!