ଦୈନିକ ରାଶିଫଳ: 31 ଅକ୍ଟୋବର 2022, ମହାଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୩୧ତାରିଖ, ସୋମବାର, ତୁଳାମାସ ୧୫ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର ଦିବା ୧୧ଟା ୨୩ମିନିଟ୍ ପରେ ମକର ରାଶିରେ ଚନ୍ଦ୍ର। ଧୃତି ଯୋଗ ଦିବା ୪ଟା ୧୧ମିନିଟ୍ ପରେ ଶୂଳ ଯୋଗ। ଗର କରଣ ଦିବା ୨ଟା ୧୯ମିନିଟ୍ ପରେ ବାଣିଜ୍ୟ କରଣ। ମିଥୁନ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର ଦିବା ୧୧ଟା ୨୩ମିନିଟ୍ ପରେ ସିଂହ ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ, ରାତି ୧ଟା ୧୧ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ। ଯୋଗିନୀ- ବାୟବ୍ୟେ ରାତି ୧ଟା ୧୧ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୧୫ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୨ଟା ୧୯ମିନିଟ୍ ରୁ ୩ଟା ୪୪ମିନିଟ୍, ରାତ୍ରି ୯ଟା ୫୫ମିନିଟ୍ ରୁ ୧୧ଟା ୩୦ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୫୧ମିନିଟ୍ ରୁ ୭ଟା ୧୪ମିନିଟ୍, ଦିବା ୮ଟା ୫୨ମିନିଟ୍ ରୁ ୧୧ଟା ୬ମିନିଟ୍, ରାତ୍ର ୭ଟା ୪୨ମିନିଟ୍ ରୁ ୯ଟା ୫୪ମିନିଟ୍, ରାତ୍ର ୨ଟା ୨୯ମିନିଟ୍ ରୁ ୩ଟା ୧୮ମିନିଟ୍। ପର୍ବଦିନ- ମୁକ୍ତିମଣ୍ଡପର ଷୋଳ ଶାସନ ଭୋଗ, ଛଟ୍ ବ୍ରତ ଶେଷ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବା ସହ ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଅନେକ ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟୀ ମାନଙ୍କର କାରବାର ବଢିବ। ମାନସିକ ସ୍ୱାସ୍ଥ୍ୟ ବ୍ୟବସ୍ଥିତ ରହିବ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-ପରୀକ୍ଷା, ପ୍ରତି ଯୋଗୀତାରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ମିଳି ପାରେ। ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଗୃହୋପକରଣ କ୍ରୟ କରିବେ। କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ଆୟର ମାର୍ଗ ପ୍ରଶସ୍ତ ହେବା ଫଳରେ ଆର୍ଥିକସ୍ଥିତି ସୁଦୃଢ ହେବ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିଲେ ଅଟକିଥିବା ଧନପ୍ରାପ୍ତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବା ଫଳରେ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ଆବଶ୍ୟକୀୟ ଦ୍ରବ୍ୟପାଇଁ ଅଧିକ ବ୍ୟୟ ହୋଇ ପାରେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ପାଇ ମନ ଖୁସି ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ କ୍ଷେତ୍ରରେ ପରିବର୍ତ୍ତନ ଆସି ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!