ଦୈନିକ ରାଶିଫଳ: ୩୧ ଅକ୍ଟୋବର ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟୀମାନେ ଘର ଅପେକ୍ଷା  ବ୍ୟବସାୟକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ରାଜନୀତିରେ ଅଧିକ ପରିଶ୍ରମ କରିବା ଫଳରେ କୃତକାର୍ଯ୍ୟ ହେବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।  ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସନ୍ତାନମାନେ ଉନ୍ନତି କରିବେ। ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ସଫଳତା ଅର୍ଜନ ଓ ଆର୍ଥିକ ଉନ୍ନତିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନଙ୍କର ନୂତନ ସମ୍ବନ୍ଧ ସୃଷ୍ଟିହେବ ଓ ଖୁସିର ବାତାବରଣ ସ୍ଥାୟି ରହିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ। ସନ୍ତାନମାନେ ସୁନାମ ଅର୍ଜନ କରିବେ। ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ଋଣଭାରରୁ ମୁକ୍ତି ପାଇବେ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ।  ସାଙ୍ଗସାଥି ଭାଗିଦାରମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କଲେମଧ୍ୟ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରିପାରିବେ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ପ୍ରତିଯୋଗିତା ପରୀକ୍ଷାରେ ଶୁଭଫଳ ମିଳିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇ ଯାଇ ପାରେ। ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ। ରାଜନୀତିକ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ନିବିଡ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ମହିଳାମାନେ ପିଲାଙ୍କ ଆଚରଣରେ ଖୁସି ରହିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ ଓ କାମଗୁଡ଼ିକ ସହଜରେ ହୋଇଯିବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲହେବ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସହନ ଶୀଳତା କାଏମ ରହିବ ଓ ସାମାଜିକ ପତିଆରା ଅମଳିନ ରହିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ଛାତ୍ର ଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଏବଂ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଦୂର ଯାତ୍ରାରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଅତ୍ୟଧିକ ଅର୍ଥ ଆୟ କରିବା ଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରମାଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ଶାନ୍ତି ମିଳିବ। ଛାତ୍ରଛାତ୍ରୀମାନେ ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନୂତନ ଦ୍ରବ୍ୟ କ୍ରୟ ନକରିବା ଉଚିତ୍। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!