ଦୈନିକ ରାଶିଫଳ: 31 ଅକ୍ଟୋବର ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୩୧ ତାରିଖ, ଶନିବାର, ତୁଳା ମାସ ୧୫ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୭ଟା ୨୨ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୨ଟା ୨୦ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୩ଟା ୩୯ମିନିଟ୍ ରୁ ୩ଟା ୪୩ମିନିଟ୍। ପର୍ବଦିନ- କୁମାର ପୂର୍ଣ୍ଣିମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତ୍ରୁ ବିରୋଧୀ ମାନେ କିଛି କ୍ଷତି କରିପାରିବେ ନାହିଁ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସାମାଜିକ ପତିଆରା ଅମଳିନ ରହିବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଓ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରି ପାରିବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମହତ୍ଵପୂର୍ଣ୍ଣ ସମାଚାର ଶୁଣି ମନ ଖୁସି ରହିବ। ସାମାଜିକ ପତିଆରା ଅମଳିନ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟୀମାନେ ଚତୁରତା ସହ କାମ ହାସଲ କରି ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ସମସ୍ୟା ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଗକୁ ବଢି ପାରିବେ। କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତ ଓ କ୍ରିଡାକ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ବାଦବିବାଦ ଓ ମାଲିମୋକଦ୍ଦମାର ସମାଧାନ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟ କାରବାରରେ ସୁଧାର ଆସିବା ଫଳରେ ଭଲ ଲାଭ ହେବ। ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହେବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ବିଚ୍ଛା:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ଯୋଗାଯୋଗ କରି ପାରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସମାଧାନ ହୋଇ ଯାଇ ପାରେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ର ଛାତ୍ରୀମାନେ ପ୍ରେରଣା ପାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସମାଧାନ ହୋଇ ଯାଇ ପାରେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ ସମସ୍ୟାର ସମାଧାନ ହୋଇଯିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। କାର୍ଯ୍ୟକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ। ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବା ସହ ଦୁର୍ବଳ ଅନୁଭବ କରିପାରନ୍ତି।   ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ।ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ନୂଆ ସୁଯୋଗ ମିଳିବା ହେତୁ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ମୀନ:-

ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବା ସହ ଅଚାନକ ଧନ ପ୍ରାପ୍ତିହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂତନ ଦ୍ରବ୍ୟ କିଛି କ୍ରୟ କରି ପାରନ୍ତି।ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!