ସାପ୍ତାହିକ ରାଶିଫଳ: ଡିସେମ୍ବର ୩୧ ରୁ ଜାନୁୟାରୀ ୬, ନୂଆ ବର୍ଷରେ ଏହି ରାଶି ମାନଙ୍କର ହେଉଛି ରାଜଯୋଗ, ଏହି ରାଶି ମାନେ ରୁହନ୍ତୁ ସତର୍କ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ଡିସେମ୍ବର ୩୧ ରୁ ଜାନୁୟାରୀ ୬ 

ମେଷ:-

ଏ ସପ୍ତାହରେ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ  ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ।  ମଝିରେ ମଝିରେ ଆର୍ଥିକ ଅନାଟନ ଦେଖା ଦେଇ ପରେ। ପ୍ରତିକାର: ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ହସଖୁସିରେ ସମୟ ବିତାଇବେ। ପ୍ରତିକାର:-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏ ସପ୍ତାହରେ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ମହିଳାମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ ଓ ଘରୋଇ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଉନ୍ନତି କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କର୍କଟ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ପାରନ୍ତି। ଯେ କୌଣସି ବ୍ୟବସାୟରେ ହାତ ଦେଲେ, ସେଥିରେ ସଫଳତା ପାଇବେ ଓ ଆଶାନୁରୂପ ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ।  ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ମହିଳା ମାନଙ୍କର ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ନୂତନ ଆୟର ପନ୍ଥା ଖୋଲିଯିବ। ବିରାଟ ଯୋଜନାର ସଂକଳ୍ପ ନେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର କରି ପାରିବେ। ଆକସ୍ମିକ ଧନ ଲାଭ ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ଏ ସପ୍ତାହରେ ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:-

ଏ ସପ୍ତାହରେ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର- ପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାର ସୁଯୋଗ ପାଇବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଦକ୍ଷତାକୁ ସତ୍ ଉପଯୋଗ କରି ଲୋକ ସମର୍ଥନ ବଢେଇବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ଆତ୍ମୀୟମାନେ ଭିତରେ ଚେର କାଟିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରି ପାରନ୍ତି। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-

ଏ ସପ୍ତାହରେ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନମାନଙ୍କର ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ସଫଳତା ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜଦ୍ରବ୍ୟ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ବିଚାରକ, ଚିକିତ୍ସକ ଆଦି କ୍ଷେତ୍ରରେ କର୍ମ ନିଯୁକ୍ତି ପାଇ ପାରିବେ ଓ ଉଚ୍ଚ ପଦାଧିକାରୀ ହୋଇପାରିବେ। ରାଜନୀତି କ୍ଷେତ୍ରରେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏ ସପ୍ତାହରେ ପରାକ୍ରମ, ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞମାନେ ଅନେକ କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମଚାରୀମାନେ ପ୍ରମୋଶନ ପାଇବାର ସୂଚନା ପାଇ ଖୁସି ହେବେ। ଅନେକ ଦିଗରୁ ଧନଲାଭ କରିବାର ସୁଯୋଗ ପାଇବେ ଓ ଭୂ ସଂପତ୍ତି କ୍ରୟ କରିବାପାଇଁ ଯୋଗାଯୋଗ କରି ପାରିବେ। ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସନ୍ତାଠାରୁ ସୁଖପ୍ରାପ୍ତି ହେବ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର :-

ଏ ସପ୍ତାହରେ ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଅତ୍ୟନ୍ତ ପ୍ରିୟ ଲୋକମାନେ ସନ୍ତୁଷ୍ଟ ହୋଇ କୌଣସି ନୂତନ କାର୍ଯ୍ୟ କରିବା ପାଇଁ ଉତ୍ସାହିତ କରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:-

ଏ ସପ୍ତାହରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। କରଜରମାତ୍ରା ହ୍ରାସ ପାଇବ ଓ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:- ଅସହାୟା ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଏ ସପ୍ତାହରେ ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କୃଷିଜାତ ଦ୍ରବ୍ୟ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!