ଫେବୃୟାରୀ 07 ତାରିଖ ରୁ ଫେବୃୟାରୀ 13 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିଙ୍କର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ରାଜନୀତି କ୍ଷେତ୍ରରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଉଚିତ୍ ପନ୍ଥା ଗ୍ରହଣ କରି କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଜାଗା, ଜମି, ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ସାହାଯ୍ୟ ସହଯୋଗ ମିଳିପାରେ। ନୂଆ ଚାକିରୀ ମଧ୍ୟ ମିଳିପାରେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ସେୟାର ବଜାରରେ ମୁନାଫା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଚାକିରୀରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଦୁଃଖୀ ଲୋକଙ୍କୁ ସାହାରାହେବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!