ମାର୍ଚ୍ଚ 21 ତାରିଖ ରୁ ମାର୍ଚ୍ଚ 27 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିଙ୍କର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆର୍ଥିକସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟ ବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ । ଶରୀର ସୁସ୍ଥରହିବା ସହ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗ ହେବ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ସାଧାରଣ ବାତାବରଣ ଜାରିରହିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ବ୍ୟବସାୟରେ ସମସ୍ତ ଆଶା ପୂରଣ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତିରେ ସଫଳତା ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ମାନସିକ ଆସନ୍ତି ଦୂରେଇ ଯାଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି । ଶତୃ ପରାଜିତ ହେବା ଫଳରେ ଉତ୍ତମ ରୋଜଗାର ମିଳିବ ଓ ନୂତନ ଯୋଜନାରେ ସଫଳତା ମିଳିବ । ପ୍ରତିକାର-ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । ନିଜ ପରିଶ୍ରମରୁ ଲାଭ ମିଳିବା ସହ ଗୃହସ୍ଥ ଜୀବନ ସୁଖମୟ ହେବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ମିତ୍ରଙ୍କ ସାହାଯ୍ୟ ପାଇ ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପ୍ରତ୍ୟେକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ । କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀମାନେ ପ୍ରତି ଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବେ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ସମସ୍ତ କାର୍ଯ୍ୟରେ ସଫଳତା ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ । ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଶରୀର ସୁସ୍ଥ ରହିବ । ଋଣ ପ୍ରାପ୍ତି, କର୍ମତତ୍ପର, ବ୍ୟବସାୟରେ ସଫଳତା ପାଇବେ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଚିତ୍ତପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟାରମ୍ଭ କରି ଉଚ୍ଚ ପ୍ରଶଂସା ଲାଭ କରିବେ । ଅଟକିଥିବା ଧନ ମିଳିଯିବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସନ୍ତାନ ସନ୍ତତିଙ୍କର ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଆନନ୍ଦିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଆୟରସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ । ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନା ପରିଶ୍ରମରେ ଅଧିକ ଧନପ୍ରାପ୍ତି ହେବ । ପରିବାରର ସମସ୍ୟା ସମାଧାନ ହୋଇଯିବ । ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ଛାତ୍ରତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଶାନ୍ତି ଲଭିବେ । ରାଜନୀତି କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମନର ଆଶାଆକାଂକ୍ଷା ପୂରଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ । ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ନୂତନ ଯୋଜନାରେ ସଫଳତା ମିଳିବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ । ପ୍ରତିକାର- ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!