ଦୈନିକ ରାଶିଫଳ: 4 ଏପ୍ରିଲ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୪ତାରିଖ, ରବିବାର, ମୀନମାସ ୨୨ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୪୨ମିନିଟ୍ ରୁ ୯ଟା ୪୬ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୧ଟା ୫୧ମିନିଟ୍, ସନ୍ଧ୍ୟା ୬ଟା ୪୫ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୧୩ମିନିଟ୍ ରୁ ୧ଟା ୧୬ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଦାମ୍ପତ୍ୟ ସୁଖରେ ଆତ୍ମସନ୍ତୋଷ ମିଳିବ । ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ଉଚ୍ଚାଧିକାରି ଓ ସହକର୍ମୀମାନେ ସହଯୋଗ କରିବା ଫଳରେ ଶତ୍ରୁବାଧା ଦୂରେଇ ଯିବ । ନୁତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ । ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବ ଓ ସାମାଜିକ ପତିଆରା ଅମଳିନ ରହିବ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

କର୍କଟ:-

ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-

ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ଅବସାନ ଘଟିବ । ବକେୟା ଅର୍ଥ କିଛି ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ଫଳରେ ମାନସିକ ଶାନ୍ତି ମିଳିବ । ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହୋଇ ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ତୁଳା:-

ସାମାଜିକ ପତିଆରା ଅମଳିନ ରହିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଗୁରୁଜନମାନଙ୍କର ଆଦରଣୀୟ ହୋଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ମକର:-

ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପ୍ରତିଯୋଗିତା ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇ ଦୀର୍ଘଦିନର ଆଶା ପୂରଣ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ ଓ ଉଚ୍ଚପଦବୀରେ ଅଧିଷ୍ଠିତ ହେବେ । ପରହାତରେ ଥିବା ଧନ ପ୍ରାପ୍ତି ହେବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

କୁମ୍ଭ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । କାରବାରରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ । ଯୁବକ ଯୁବତୀ ମାନେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଆୟର ସ୍ରୋତ ଖୋଲିଯିବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ସେବାକାରୀମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!