ଦୈନିକ ରାଶିଫଳ: ୪ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ଅଗଷ୍ଟ ୨୦୧୮

ମେଷ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମହିଳାମାନଙ୍କର ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

ମିଥୁନ:-

ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

<<Vastu>>> | <<< Jataka Bichara >>>

କର୍କଟ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ଭାବନାର ବଶୀଭୂତ ହୋଇ ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତିକରିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ବିଛା:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମହିଳାମାନଙ୍କର ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଆହୁରି ପଢନ୍ତୁ: ନିଜ ରାଶି ଅନୁସାରେ ଜାଣନ୍ତୁ କେଉଁ ରାଶି ସହିତ ରହିବ ଆପଣଙ୍କ ଭଲ ଯୋଡ଼ି।

ଧନୁ:-

ରାଜନୀତିରେ ସମାଜ ସେବା ଓ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଅଶୁଭ ସମାଚାର ମିଳିପାରେ। ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ଅବସର ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!