ଦୈନିକ ରାଶିଫଳ: ୪ ଅଗଷ୍ଟ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ପାରିବାରିକ ଜୀବନ ସୁଖମୟ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବହୁତ ବଡ କାମର ଦାୟିତ୍ଵ ହାତକୁ ନେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବ୍ୟବସାୟରେ ଆପଣଙ୍କୁ ଗୋଟିଏ ପରେ ଗୋଟିଏ ସଫଳତା ମିଳିବ। ବହୁତ ଦିନର ପୁରୁଣା ପରିଚିତ ବ୍ୟକ୍ତି, ବନ୍ଧୁ ବା ମିତ୍ର ବ୍ୟକ୍ତିଙ୍କ ସହିତ ଭେଟ ହେବ। ନିଜର କାର୍ଯ୍ୟ ପାଇଁ ବାହାରକୁ ଯିବାକୁ ପଡିପାରେ। ଗୁରୁ-ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମନ ବହୁତ ଖୁସି ହେବ। ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତିହେବ। ସନ୍ତାନଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପରିଶ୍ରମ କରି ସମସ୍ତ କାମକୁ ସମ୍ଭାଳି ନେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ନୂଆ ପ୍ରସ୍ତାବ ଓ ନୂଆ ଅନୁବନ୍ଧନ ପ୍ରାପ୍ତ ହେବ। କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଭବିଷ୍ୟତରେ ତାହାର ସକରାତ୍ମକ ପରିଣାମ ସାମ୍ନାକୁ ଆସିବ। ଅଧିକାରୀ ନିଜର କାମ-କାର୍ଯ୍ୟରେ ପ୍ରସନ୍ନ ରହିବେ। ଅକସ୍ମାତ ଧନଲାଭ ହେବାରୁ ମନ ବହୁତ ହର୍ଷିତ ରହିବ। ଯେ କୌଣସି ନୂତନ କର୍ମ ଆରମ୍ଭ କରିପାରିବେ। ଗଠନମୂଳକ କାର୍ଯ୍ୟ ଓ ସାମୁହିକ ଗତିବିଧିରେ ସଫଳତା ହାସିଲ କରିବେ। ଭୂମି, ଭବନ ଆଦି ସ୍ଥାୟୀ ସମ୍ପତ୍ତି କ୍ରୟ କରିପାରିବେ। ଘର ପରିବାରରେ ସ୍ନେହ ଶ୍ରଦ୍ଧାର ବାତାବରଣ ଲାଗି ରହିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସୁଖ ସମୃଦ୍ଧି ବୃଦ୍ଧିହେବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଭାଇଙ୍କ ସହିତ ବିବାଦ ସମସ୍ୟା ଦୂର ହେବ। ଅନେକ ଦିଗରୁ ଖୁସି ଓ ସଫଳତା ପ୍ରାପ୍ତ ହେବା ଫଳରେ ବହୁତ ପ୍ରସନ୍ନଚିତ୍ତ ଅନୁଭବ କରିବେ। ପୈତୃକ ସମ୍ପତ୍ତି ମାମଲାରେ ବିଜୟଶ୍ରୀ ମିଳିବ। ଘର ପରିବାରରେ ଧ୍ୟାନ ଦେବେ। ମିତ୍ର ଓ ସହଯୋଗୀମାନେ ସାହାଯ୍ୟ କରିବା ଫଳରେ ଯଶ କୀର୍ତ୍ତିରେ ଉନ୍ନତି ହେବ। ପ୍ରତିଯୋଗିତାରେ କୌଣସି ଅଚିହ୍ନା ବ୍ୟକ୍ତିଙ୍କ ଠାରୁ ସାହାଯ୍ୟ ଲୋଡି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ମଧ୍ୟସ୍ଥତା ସମ୍ବନ୍ଧିୟ କାମରେ କମିଶନ୍ ମିଳିପାରେ। ପାରିବାରିକ କ୍ଷେତ୍ରରେ ମଧୁରତା ଆସିବ। କାହାକୁ ଦେଇଥିବା ଟଙ୍କା ମିଳିଯିବ। ଧର୍ମ, କର୍ମ, ପୂଜା, ପାଠ, ଯୋଗ ଓ ଜ୍ୟୋତିଷଙ୍କ ପ୍ରତି ରୁଚି ବଢିବ ଓ ଏହା ସମ୍ବନ୍ଧିତ ସାହିତ୍ୟକୁ ମଧ୍ୟ ପଢିବେ। ସ୍ଵାସ୍ଥ୍ୟରେ ସୁଧାର ହେବ। ନୂଆ-ନୂଆ ଉପାୟ ଓ ବିକଳ୍ପକୁ ଖୋଜିବେ। ରାଜନୀତି କ୍ଷେତ୍ରରେ ପ୍ରଶଂସା ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଶୁଭ ସମାଚାର ପ୍ରାପ୍ତି ହେବ। ବିରୋଧୀମାନେ ସାମ୍ନାକୁ ଆସିପାରିବେ ନାହିଁ। ବନ୍ଧୁ ମିତ୍ରଙ୍କ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିବେ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତି ଉନ୍ନତି ପ୍ରାପ୍ତ କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ଜୀବନର ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ।  ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ନିୟନ୍ତ୍ରଣ ମଧ୍ୟରେ ହିଁ କାମ କରିବା ଉଚିତ୍। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।     

କନ୍ୟା:-

ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅଚାନକ ଭାବରେ ଗୁପ୍ତ ସାଧନରେ ଟଙ୍କା ମିଳିପାରେ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। କୌଣସି ଇଲୋକଟ୍ରନିକସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରନ୍ତି। ପରିବାର ହିତପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ମିତ୍ରମାନଙ୍କ ସହଯୋଗରେ କୌଣସି ନୂଆକାମ ଓ ନୂଆ ବ୍ୟବସାୟ ଆରମ୍ଭ କରି ପାରିବେ। କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ପ୍ରତିଯୋଗୀତା ପରୀକ୍ଷା କ୍ଷେତ୍ରରେ ବିଜୟ ହେବ ଓ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହୋଇପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ। ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବ। ପରିବାରର ସମସ୍ୟା ସମାଧାନ ହୋଇଯିବା ଫଳରେ ସମସ୍ତ ଦିଗରୁ ଖୁସି ମିଳିବ। ରାଜନୈତିକ ଯାତ୍ରାରେ ଲାଭ ମିଳିବ। ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଅନୁସନ୍ଧାନ, ଖୋଜିବା, ଶୋଧ ପାଇଁ ସମୟ ଉପଯୁକ୍ତ ଅଟେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।   

ଧନୁ:-

କାମ-କାର୍ଯ୍ୟର ସ୍ଥିତି ଠିକ୍ ରହିବ। ସ୍ଵାସ୍ଥ୍ୟରେ ସୁଧାର ହେବ। ପ୍ରତିଯୋଗୀତା ପରୀକ୍ଷାରେ ସଫଳତା ମିଳିବ। କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ମିତ୍ର ଆପଣଙ୍କ ପ୍ରତି ପ୍ରଭାବିତ ରହିବେ, ତାଙ୍କ ଦ୍ଵାରା ଅଟକିଥିବା କାମ ହାସଲ କରି ପାରିବେ। ଭୂମି, ଭବନ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟର ସାଧନରେ ବୃଦ୍ଧି ହେବ। ଯେଉଁ କାମକୁ କରିବା ପାଇଁ ଚିନ୍ତା ବା ବିଚାର କରୁଥିଲେ ତାହା ସମ୍ପନ୍ନ କରିପାରିବେ। ଗଣମାନ୍ୟ ବ୍ୟକ୍ତି ଓ ରାଜନେତାଙ୍କ ସହିତ ସମ୍ପର୍କ ହେବ। ପରିବାର ଓ କୁଟୁମ୍ବରେ ସମୟ ଦେବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନ ହେବ। ଘରୋଇ ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ମାନସିକଶାନ୍ତି ଅନୁଭବ କରିବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା ନ କରିଲେ ବହୁତ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନୂତନ କାମ ଆରମ୍ଭ କରିପାରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।     

ମୀନ:-

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅସହାୟ ଓ ନୀଚ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ମନ ବଳାଇବେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!