ଦୈନିକ ରାଶିଫଳ: ୪ ଅଗଷ୍ଟ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୪ ତାରିଖ, ମଙ୍ଗଳବାର, କର୍କଟ ମାସ ୨୦ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୧ଟା ୨୭ମିନିଟ୍, ଦିବା ୪ଟା ୪୨ମିନିଟ୍ ରୁ ୫ଟା ୨୫ମିନିଟ୍, ସନ୍ଧ୍ୟା ୬ଟା ୧୯ମିନିଟ୍ ରୁ ୭ଟା ୧ମିନିଟ୍, ୫ମିନିଟ୍, ରାତ୍ର ୯ଟା ୧୭ମିନିଟ୍ ରୁ ୧୧ଟା ୩୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବା ଫଳରେ ପଦପଦବୀ ଲାଭ ହୋଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ।  ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ସମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶତ୍ରୁବାଧା ଦୂରେଇ ଯିବ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ।  ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପରିବହନ ଓ ଯାନବାହାନ ବ୍ୟବସାୟରେ ଅଧିକ ଲାଭବାନ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ। ସାହିତ୍ୟ, କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ। ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!