ଦୈନିକ ରାଶିଫଳ: ୪ ଡିସେମ୍ବର ୨୦୧୮। ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ମାନଙ୍କର ବଦଳିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ଡିସେମ୍ବର ୨୦୧୮। ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ମାନଙ୍କର ବଦଳିବ ଭାଗ୍ୟ

ମେଷ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କର୍ମ ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ। ବନ୍ଧୁଙ୍କ ଆଗମନ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:-

ଯଶକୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ଆୟ ଉତ୍ତମ ହେବା ଫଳରେ ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ମହିଳାମାନେ ପୁରାତନ ରୋଗ ପୀଡାରୁ ଉପସମ ପାଇବେ। ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କୁମ୍ଭ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଦୂରେଇ ଯିବ। କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି  ପତିଆରା ରକ୍ଷା କରିବେ। ଉପରିସ୍ଥ ଅଧିକାରୀଙ୍କ କୃପା ଲାଭ କରି ପାରିବେ। ନିମ୍ନବର୍ଗର  ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ମହିଳାମାନେ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କଷ୍ଟସହି କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ଅସ୍ଥିରତା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!