ଦୈନିକ ରାଶିଫଳ: ୪ ଫ୍ରେବୃୟାରୀ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ଉଚ୍ଚ ସମ୍ମାନ ପାଇ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ।ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସାମାଜିକ ପତିଆରା ଅମଳିନ ରହିବା ସହ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ ହେବ। ରାଜନୀତିରେ ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରେମିକପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶତୃମାନେ ଦୂରେଇ ଯିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତ୍ତି ଲାଭ ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସରକାରୀ ସାହାଯ୍ୟ ପାଇବା ପାଇଁ ଚେଷ୍ଟା କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିପାରେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ଯିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ପାରିବାରିକ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଧର୍ମକାର୍ଯ୍ୟକୁ ମନ ବଳାଇ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- 

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସନ୍ତୋଷ ଦେଖାଦେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ପୁରୁଣା ନିବେଶ ଲାଭ ଦେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ନୂତନ କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

ଧନୁ:-

ସାଂସାରିକ ଜୀବନ ସୁଖମୟ ହେବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ପ୍ରତିକାର:-ଅସହାୟକୁ ଖାଇବାକୁ ଦିଅନ୍ତୁ।

ମକର:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବୁଦ୍ଧିମତା କାରଣରୁ କିଛି ଅର୍ଥ ଲାଭହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ପ୍ରତିକାର: ମୁହଁ ମିଠାକରି ଘରୁ ବାହାରନ୍ତୁ। ଘାତ

କୁମ୍ଭ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ନାନା ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି।  ପ୍ରତିକାର:-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:- 

ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି। ଯାନ ବାହାନ ପ୍ରାପ୍ତି ହୋଇପାରେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର:-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!