ଦୈନିକ ରାଶିଫଳ: 04 ଫେବୃୟାରୀ ୨୦୨୧, ମା ଲକ୍ଷ୍ମୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୪ତାରିଖ, ଗୁରୁବାର, ମକରମାସ ୨୨ଦିନ, ମାଘମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ସ୍ଵାତୀନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ତାଳ ନ ଖାଇଲେ ଭଲ, ଦିବା ୧୨ଟା ୭ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୫ମିନିଟ୍ ରୁ ୭ଟା ୫୩ମିନିଟ୍, ଦିବା ୧୦ଟା ୫୪ମିନିଟ୍ ରୁ ୧ଟା ୬ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟ ଭଲ ରହିବ । ଟଙ୍କାର ଆବଶ୍ୟକତା ପୂରଣହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ । ନୂତନ ସଂସ୍ଥାର ଆୟୋଜନ କଲେ ଶୁଭଫଳ ପ୍ରାପ୍ତି ହେବ । ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ଶତୃମାନେ ଦୂରେଇ ଯିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । ଶରୀର ସୁସ୍ଥ ରହିବ ଓ ଋଣରୁ ମୁକ୍ତି ମିଳିବ । ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ । ମିଷ୍ଠାନ୍ନ ଭୋଜନ କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ସମସ୍ତ କାର୍ଯ୍ୟ ସିଦ୍ଧି ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବକ୍ତବ୍ୟପ୍ରଭାବ ଫଳରେ ପରାକ୍ରମ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ସମାଧାନ ହୋଇପାରେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

କାର୍ଯ୍ୟକ୍ଷେତ୍ରରେ ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସାମାଜିକ ପତିଆରା ଅମଳିନ ରହିବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପରିବାରରେ ମାନ ମନାନ୍ତର ଦୂର ହେବ । ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଅଟକି ଯାଇଥିବା ଧନ ବା ଉଧାର ଦେଇଥିବା ଟଙ୍କା ମିଳି ଯାଇ ପାରେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ନୂତନପନ୍ଥା ଅନୁସରଣ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଆର୍ଥିକ ଉନ୍ନତି ହେବ । ଦୂରଯାତ୍ରାର ସୁଯୋଗ ପାଇ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ପାରିବାରିକ ସମସ୍ୟାର ସମାଧାନ କରିପାରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:-

ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ । ନାନା ବାଟରେ ଧନାଗମ ଘଟି ମାନପ୍ରତିଷ୍ଠା ବୃଦ୍ଧି ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ପଢ଼ାପଢ଼ିରେ ମନଦେବେ ଓ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ସ୍ୱାସ୍ଥ୍ୟ ଭଲ ରହିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷାତି ବଢିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ନୂତନ କର୍ମପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ । ସ୍ଥଗିତଥିବା ଧନ ଲାଭ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟିମାନେ ବିଶେଷ ଲାଭବାନ୍ ହେବେ । ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

ବନ୍ଧୁ ମିତ୍ରମାନଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ । ପେଶା, ବ୍ୟବସାୟ, ଭାଗୀଦାରି ଓ ସହଯୋଗୀଙ୍କ ଦ୍ୱାରା ଲାଭବାନ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!