ଆଜି କେମିତି ରହିବ ଆପଣଙ୍କ ଦିନ : ୪ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ଜାନୁୟାରୀ ୨୦୧୮

ମେଷ-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ପ୍ରତିକାର-ଅନ୍ଧ ଭିକାରୀକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର- ଚଣାଡାଲି ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

ମିଥୁନ-

ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ହେବେ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପ୍ରତିକାର- ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କର୍କଟ

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖ- ଶାନ୍ତିହାନି, ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ, ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେତୁ ନିନ୍ଦା ଶୁଣିବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବର ଅଭାବ ଦେଖାଦେବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ।

ତୁଳା-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ।

ବିଛା-

ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଧନୁ-

କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ  ସହ ବିବାଦ ସୃଷ୍ଟି ହେବ। ଓ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ପ୍ରତିକାର- ଗାଈକୁ ସଦ୍ୟ କଞ୍ଚାଘାସ  ଖୁଆନ୍ତୁ,

ମକର-

ପ୍ରତିଯୋଗିତାରେ ବିଜୟୀ ହେବେ।ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ ।  

କୁମ୍ଭ-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ।

ମୀନ-

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ଦେହମନରେ ପୀଡା ବୃଦ୍ଧିପାଇବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!