ଦୈନିକ ରାଶିଫଳ: ୪ ଜାନୁୟାରୀ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଶୁଭ ସମ୍ବାଦପାଇ ଖୁସିହେବେ ଓ ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। ମାନସିକ ଏକାଗ୍ରତା ରଖି ପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର:- ଅସହାୟଙ୍କର ସେବା କରନ୍ତୁ ।

କନ୍ୟା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଘରୋଇ କର୍ମଚାରୀ ମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି। ପ୍ରତିକାର:- ଅସହାୟଙ୍କର ସେବା କରନ୍ତୁ।

ମକର:-

ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ ଓ  ଦୂର ନିକଟ ବ୍ୟବସାୟରେ ତିଷ୍ଠି ରହି ପାରିବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ମୀନ:-

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପରିବାରରେ ମାନ ମନାନ୍ତର ଦୂର ହୋଇ ସ୍ନେହ ସହାନୁ ଭୂତି ପ୍ରାପ୍ତି ହେବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଘରୋଇ କର୍ମଜୀବୀ ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବା ସହ ତଳ ମହଲରୁ ଆଶାତୀତ ଲାଭ ପାଇବେ। ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!