ଦୈନିକ ରାଶିଫଳ: ୪ ଜୁଲାଇ ୨୦୧୯,ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆଜି ଧନ ସମ୍ବନ୍ଧିତ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । କର୍ମ କ୍ଷେତ୍ରରେ ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ସାମାନ୍ୟ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ଜନସେବାଦ୍ଵାରା ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ।  କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-

ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!