ଆଜି କେମିତି ରହିବ ଆପଣଙ୍କ ଦିନ : ୪ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ଜୁନ୍ ୨୦୧୮

ମେଷ:

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପ୍ରତିକାର:- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ କ୍ଷତି ସହିବେ। ପୁରୁଣା ସମ୍ପର୍କରେ ତିକ୍ତତା ଆସିବ। ମାଲିମକଦ୍ଦମାରେ କ୍ଷତି। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର:- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ  । 

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:–

କର୍ମକ୍ଷେତ୍ରରେ ଆକସ୍ମିକ ଧନହାନୀ ଓ ବଦନାମ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ·ଖଣ୍ଡେ ·ଲିବା ବିଧେୟ। ଆୟକୁଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ବହୁମୂତ୍ର ରୋଗୀମାନେ ସାବଧାନ ରହିବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର : ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।  

କର୍କଟ :–

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ। କର୍ମ ଓ ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ। ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ପ୍ରତିକାର : ସୂର୍ଯ୍ୟ ନମସ୍କାର କରନ୍ତୁ।

ସିଂହ:–

ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର : ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

କନ୍ୟା:–

ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ  ହେବ। ଆର୍ଥôକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ହେବ। ପ୍ରତିକାର :ଗାଈକୁ ଘାସ ଖାଇବାକୁ ଦିଅନ୍ତୁ  ।

ତୁଳା :–

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ସ୍ତ୍ରୀଙ୍କର ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରତିକାର : ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ  ।

ବିଚ୍ଛା:–

ସୁଖ ସମ୍ପଦ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବିଦ୍ୟୁତ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ସାମାନ୍ୟ ପରିଶ୍ରମ କରି  ଅଧିକ ଲାଭ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର : ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ  ।

ଧନୁ:–

ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ। ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜିବ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ  ଭାର ବୃଦ୍ଧି ହେବ। ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢ଼ିଯିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ପ୍ରତିକାର : ଗଙ୍ଗା ଜଳ ସେବନ କରନ୍ତୁ  ।

ମକର:–

କର୍ମକ୍ଷେତ୍ରରେ ପରିବର୍ତ୍ତନ  ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ  ବସନ ଭୂଷଣରେ ଅଧିକ ବ୍ୟୟ ହେବ।  ପରିବାରରରେ ମନୋମାଳିନ୍ୟ ଦେଖା ଦେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍।  ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ :–

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ  ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ। ପ୍ରତିକାର : ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ  ।

ମୀନ :–

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଦିଗରୁ ମହିଳାମାନେ ବିଶେଷ ଉପକୃତ ହେବେ। ପ୍ରତିକାର : ପାରାଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!