ଆଜି କେମିତି ରହିବ ଆପଣଙ୍କ ଦିନ : ୪ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ମାର୍ଚ୍ଚ ୨୦୧୮

ମେଷ-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ଅନ୍ଧ ଭିକାରୀକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ  ସହ ବିବାଦ ସୃଷ୍ଟି ହେବ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିକାର-ଗାଈକୁ ଘାସ  ଖୁଆନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ। ଶୁଭ କାମ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ବ୍ୟସ୍ତତା ଅନୁଭବ କରିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପ୍ରତ୍ୟେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

କର୍କଟ

ମାନସିକ ଦୁଶ୍ଚିନ୍ତା, ଶତୃବଧା   ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ବ୍ୟବସାୟରେ ସାମାନ୍ୟ ଲାଭ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବର ଅଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ।ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କନ୍ୟା-

ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ତୁଳା-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମକର-

ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିକାର- ସୋରିଷତେଲ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ-

ସାମାଜିକ ଉତ୍ସବରେ ଯୋଗ ଦେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ-

ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହେବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!