ଦୈନିକ ରାଶିଫଳ: ୦୪ ମାର୍ଚ୍ଚ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ପଦୋନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ  ମାସ ୪ତାରିଖ, ବୁଧବାର, କୁମ୍ଭ ମାସ ୨୧ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ନବମୀ ତିଥି, ମୃଗଶିରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୮ମିନିଟ୍ ରୁ ୭ଟା ୪୦ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୫୬ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୬ଟା ୩୯ମିନିଟ୍ ରୁ ୧୦ଟା ୪୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ମନ ଓ ଶରୀର ଭଲ ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶାରିରୀକ ଅସୁସ୍ଥତା ଦୂରହେବ। କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଦୂର ଯାତ୍ରାରେ ସଫଳତା ମିଳିବ। କିଛି ନୂତନ କର୍ମ ଆରମ୍ଭ କରି ପାରିବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ।  ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମକ୍ଷେତ୍ରରେ କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ପାରିବାରିକ ସମସ୍ୟା ସୁଧାରି ନେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ।ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ପାରନ୍ତି। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର ଚିନ୍ତାର କାରଣ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ।କର୍ମ କ୍ଷେତ୍ରରେ ପ୍ରତିଷ୍ଠା ସହ ଖ୍ୟାତି ପାଇବେ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ।  ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୈତିକକ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଆକସ୍ମିକ ଅର୍ଥଲାଭହେବ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବିଦ୍ୟାରେ ଉନ୍ନତି କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବା ସହ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ବ୍ୟବସାୟରେ ଆଶାତିତ ଲାଭ କରି ଟଙ୍କାର ଆବଶ୍ୟକତା ପୂରଣ କରି ପାରିବେ। ପରିବାରରେ ସୁଖ ଶାନ୍ତିର ବାତାବରଣ ରହିବ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ରାଜନୀତିରେ ଉନ୍ନତି ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!