ଆଜି କେମିତି ରହିବ ଆପଣଙ୍କ ଦିନ : ୪ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ମଇ ୨୦୧୮

ମେଷ:-

କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରତିକାର- କାଙ୍ଗାଳକୁ ଭୋଜନ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ। କର୍ମ ବ୍ୟବସାୟ ପାଇଁ ଯାତ୍ରା କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ। ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି। ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-

ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ। ସମସ୍ତପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ  ସମ୍ମାନିତ ହୋଇପାରନ୍ତି। ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତାଦେଖା ଦେଲେମଧ୍ୟଆପଣ ବିଜୟୀ ହେବେ। ନୂତନ ସମ୍ପତ୍ତି ଯାନବାହାନ ଗୃହୋପ କାରଣ କ୍ରୟ କରିବେ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।  

କନ୍ୟା:-

କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ସ୍ତ୍ରୀ ଓ ସନ୍ତାନଙ୍କର ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ନତୁବା ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଲ କରି ପ୍ରଶଂସିତ ହେବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।  

ତୁଳା:-

ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର:-ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ବିଛା:-

ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର:-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ଧନୁ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- ପାରଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-

କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି। ପ୍ରତିକାର- ଭୋକିଲା ଲୋକକୁ ଭୋଜନ ଦିଅନ୍ତୁ।  

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ ଓ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ  ଶତୃମାନେ ତଳମୁହାଁ ହେବେ। ପ୍ରତିକାର- ଶଣ୍ଢକୁ ପେଟଭରି ଖାଇବାକୁ ଦିଅନ୍ତୁ।

ମୀନ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ ,ରାଜନୀତି , ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!