ଦୈନିକ ରାଶିଫଳ: ୪ ନଭେମ୍ବର ୨୦୧୮। ଆଜି ଏହି ୪ଟି ରାଶିର ହେବ ଭଲ, ସମସ୍ତ ଚିନ୍ତାରୁ ମିଳିବ ମୁକ୍ତି…  

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ନଭେମ୍ବର ୨୦୧୮। ଆଜି ଏହି ୪ଟି ରାଶିର ହେବ ଭଲ, ସମସ୍ତ ଚିନ୍ତାରୁ ମିଳିବ ମୁକ୍ତି…

ମେଷ:-

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ରାଜନୀତିରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗରେ ଯୋଗ ଦେଇ ପାରନ୍ତି। ଦୁଃଖୀ ଲୋକଙ୍କୁ ସାହାରାହେବେ ଓ ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ମହିଳା ମାନଙ୍କର ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ।  ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଛା:-

ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ  ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ମନ କରିବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ପ୍ରତିକାର- ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ।

ମୀନ:-

ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶୁଭ କାମ କରି ପ୍ରଶଂସିତ ହେବେ। ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

“>


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!