ଦୈନିକ ରାଶିଫଳ: ୪ ନଭେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ସବୁ କ୍ଷେତ୍ରରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ। ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-

ଶୁଭ ସମ୍ବାଦପାଇ ଖୁସିହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ।  ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପରିଜନ ଓ ସାଧୁଜନ ପ୍ରିୟ ହେବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇପାରେ। ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ ଉଚ୍ଚମନ୍ୟତାର ଅଧିକାରୀ ହେବେ। ପ୍ରତିକାର ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ। ଟଙ୍କାପଇସା ପ୍ରତି ସତର୍କତା ଅବଲମ୍ବନ କରନ୍ତୁ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରତିକାର ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପାରିବାରରେ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହୋଇ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଆର୍ଥିକଦିଗରୁ ସୁବିଧା ହେବାଦ୍ଵାରା ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ନୂଆ ନିଯୁକ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ସଫଳତା ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ସମୟ ହସ ଖୁସିରେ ବିତିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମ ହେବ। ବାଦବିବାଦ, ମାଲି ମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ। ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ। କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ। ପ୍ରତିକାର ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ। ପ୍ରତିକାର- ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!