ଦୈନିକ ରାଶିଫଳ: 4 ଅକ୍ଟୋବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୪ ତାରିଖ, ରବିବାର, କନ୍ୟା ମାସ ୧୯ଦିନ, ମଳ ଆଶ୍ଵିନ ମାସ, କୃଷ୍ଣପକ୍ଷ, ମଳ ଦ୍ଵିତୀୟା ତିଥି, ଅଶ୍ଵିନୀନକ୍ଷତ୍ର, ମେଷରାଶିରେ ଚନ୍ଦ୍ର। ମେଷରାଶିର ଘାତବାର ଓ ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୯ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧ଟା ୪ମିନିଟ୍ ରୁ ୩ଟା ୭ମିନିଟ୍, ଦିବା ୩ଟା ୫୫ ମିନିଟ୍ ରୁ ୪ଟା ୧ ମିନିଟ୍, ରାତ୍ର ୭ଟା ୫୬ ମିନିଟ୍ ରୁ ରାତ୍ର ୯ଟା ୩୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ।ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ସମାଧାନ ହୋଇପାରେ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି।  ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଗୃହୋପକରଣ କ୍ରୟ କରି ପାରନ୍ତି। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

କାର୍ଯ୍ୟକ୍ଷେତ୍ରରେ ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ରାଜନୀତିରେ ଯଶମାନ ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ।  ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ଘରୋଇ କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଧନ ସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ ପତିଆରା ଅମଳିନ ରହିବ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। ଅନେକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଶୁଭ ସମ୍ବାଦପାଇ ଖୁସିହେବେ। ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବିଦେଶ ଯାତ୍ରାରେ ଯଶ ଲାଭ ଓ ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷାଓ ସାକ୍ଷାତ୍କାରରେ ସଫଳତା ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମନ ସନ୍ତୁଷ୍ଟ ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!