ଦୈନିକ ରାଶିଫଳ: ୪ ସେପ୍ଟେମ୍ବର ୨୦୧୮। ଏହି ୪ଟି ରାଶି ବ୍ୟକ୍ତିଙ୍କର ଆଜି ଧନ ପ୍ରାପ୍ତିର ଯୋଗ ଅଛି।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୪ ସେପ୍ଟେମ୍ବର ୨୦୧୮। ଏହି ୪ଟି ରାଶି ବ୍ୟକ୍ତିଙ୍କର ଆଜି ଧନ ପ୍ରାପ୍ତିର ଯୋଗ ଅଛି।

ମେଷ-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। କୁଟୁମ୍ବରେ ଲାଗି ରହିଥିବା ଝଗଡା ଆଜି ତାହାର ସମାଧାନ କରିପାରିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।  ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ମିଥୁନ-

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ-

ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ। ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା-

ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ।  ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା-

ଘରେ ବାହାରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ। ବ୍ୟବସାୟ କ୍ଷେତ୍ରରେ ଧନ୍ଦିହୋଇ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ। ଯୁବକ ଯୁବତୀ ମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।   

ବିଛା-

ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ। ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ଯୁବକ ଯୁବତୀ ମାନେ କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଆହୁରି ପଢନ୍ତୁ: କରନ୍ତୁ ଏହି ୩ଟି ଦାନ! ଏମିତି କିଛି ମିଳିବ ଯାହା ଆପଣ ସ୍ଵପ୍ନରେ ବି ଭାବି ନଥିବେ।

ଧନୁ-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର-

ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ।ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯାଇ ପାରନ୍ତି। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ-

ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଯୁବକ ଯୁବତୀ ମାନଙ୍କର ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ଯେତେ କଷ୍ଟ କଲେ ମଧ୍ୟ ଭଲ ଫଳ ପାଇବେ ନାହିଁ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!