ଦୈନିକ ରାଶିଫଳ: ୪ ସେପ୍ଟେମ୍ବର ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ପ୍ରବଳ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ନୂଆ ନିଯୁକ୍ତି ଯୋଗ ଅଛି। ବ୍ୟବସାୟରେ ଲାଭବାନ ହେବେ। ମନବଳ ଦୃଢିଭୁତ ହେବ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। ମହିଳାମାନେ କାର୍ଯ୍ୟଦକ୍ଷତା ଦେଖାଇବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭ କାମ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦିତ ହେବ। ପରୀକ୍ଷା ପ୍ରତିଯୋଗୀତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତରେ ବିଜୟୀ ହେବେ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।  

କର୍କଟ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସଫଳତା ପାଇ, ସମୟ ହସ ଖୁସିରେ ବିତିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ସନ୍ତାନମାନେ ଉଚିତ୍ପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।   

ସିଂହ:-

ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସନ୍ତାନ ସୁଖ ମିଳିବ। ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଲୋକମାନଙ୍କ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।   

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ବୃଦ୍ଧି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପରିବହନ ବ୍ୟବ ସାୟରେ ଆଶାଜନକ ସଫଳତା ହାସଲ କରିବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିବେ। ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଆର୍ଥିକସ୍ଥିତି ଭଲ ରହିବ। କର୍ମ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ ହୋଇ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ କରି ପାରନ୍ତି। ସମସ୍ତ ଆଶାପୂରଣ ହେବାରେ କିଛି ଅସୁବିଧା ହେବ ନାହିଁ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ବ୍ୟବସାୟରେ ନୂତନପନ୍ଥା ଅନୁସରଣ କରି ସଫଳତା ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଧନଲାଭ ହେବା ଫଳରେ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ। କର୍ମପାଇଁ ଦୂରଯାତ୍ରା କରି ନିଜକୁ ସୁସ୍ଥ ମନେ କରିବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗୀ ହେବେ। ଶତୃମାନେ ଦୂରେଇ ଯିବା ଫଳରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!