ସାପ୍ତାହିକ ରାଶିଫଳ: ୪ ମାର୍ଚ୍ଚ ରୁ ୧୦ ମାର୍ଚ୍ଚ, ସପ୍ତାହର ଆରମ୍ଭ ମହଶିବରାତ୍ରୀରୁ ହେଉଥିବାରୁ ଏହି ସବୁ ରାଶିର ଭାଗ୍ୟରେ ଉନ୍ନତି ଦେଖାଦେବ 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୪ ମାର୍ଚ୍ଚ ରୁ ୧୦ ମାର୍ଚ୍ଚ

ମେଷ:-

ଏ ସପ୍ତାହରେ ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଉଚ୍ଚଆଶା ସଫଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେଲେମଧ୍ୟ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପ୍ରଶଂସିତ ହେବେ। ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ। କର୍ମକ୍ଷେତ୍ରରେ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ଉତ୍ତମ ରୋଜଗାର କରିପାରିବେ। ମହିଳାମାନେ ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ ଓ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏ ସପ୍ତାହରେ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ଏ ସପ୍ତାହରେ ପାରିବାରିକ ସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଭୟ ସତ୍ତ୍ୱେ ଜୟହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନାନା ସମସ୍ୟାର ସମାଧାନହେବ। ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। କେତେକ କ୍ଷେତ୍ରରେ ସମାଲୋଚନାର ଶରବ୍ୟ ହେବେ ଓ କେତେକ ବ୍ୟକ୍ତିଙ୍କ ଆତ୍ମକୈନ୍ଦ୍ରିକ ସ୍ଥିତିରୁ ସେମାନଙ୍କ ସହଯୋଗ ହରାଇବାର ଆଶଙ୍କା ବି ରହିଛି। ପ୍ରତିକାର ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।  

ସିଂହ:-

ଏ ସପ୍ତାହରେ ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟି ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଏ ସପ୍ତାହର ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଏ ସପ୍ତାହରେ ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ। ଉଚ୍ଚଶିକ୍ଷାର ମଧ୍ୟ ସୁବିଧାସୁଯୋଗ ପାଇବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନ ଏବଂ ସ୍ତ୍ରୀଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଏ ସପ୍ତାହରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଏ ସପ୍ତାହରେ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ।  ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ଉଚ୍ଚଶିକ୍ଷା ପାଇଁ ଜର୍ଜ, ମେଡିକାଲ ଆଦିରେ କର୍ମପାଇବେ। ରାଜନୀତି କ୍ଷେତ୍ରରେ ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପ୍ରତିକାର ଗାଈକୁ ଖାଇବାକୁ ଦିଅନ୍ତୁ।

ମକର:-

ଏ ସପ୍ତାହରେ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ ଓ ପତିପତ୍ନୀ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ନିଶ୍ଚୟ ଚାକିରୀ ମିଳିବ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବୃଦ୍ଧିହେବ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

ଏ ସପ୍ତାହରେ ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!