ସାପ୍ତାହିକ ରାଶିଫଳ: ୪ ନଭେମ୍ବର ରୁ ୧୦ ନଭେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ଶତୃମାନେ ଦୁର୍ବଳ ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ପାରିବାରିକସ୍ଥିତି ମଧ୍ୟ ସୁଧୁରି ବ୍ୟବସାୟ ବୃଦ୍ଧି ହେବ। ମାନସିକ ଚିନ୍ତା ଦୂର ହେବ। ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ ଏବଂ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ। ସହରଠାରୁ ଦୂରକୁ ଯିବାକୁ ପଡିପାରେ। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ।  ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ନିଜ ପରିଶ୍ରମରେ ସଫଳତା ପାଇବେ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଯାତ୍ରାରେ ସଫଳ ହେବେ ଓ ଚେଷ୍ଟାଦ୍ଵାରା ଧନଲାଭ କରିପାରିବେ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ ଓ ଯଶ ସମ୍ମାନ ବଢିବ। ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ ଓ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ପରିବାର ଓ ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବ ଏବଂ ବାଧାବିଘ୍ନ ଦୂର ହେବ। ଯଶ ମାନ ସମ୍ମାନ ମିଳିବ।  ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ହେବ। କାର୍ଯ୍ୟ ସ୍ଥିତିରେ ସୁଧାର ହେଲେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ ହେବ। ଗୃହ ସମସ୍ୟାରୁ ମୁକ୍ତି ମିଳିବ ଓ ବିରୋଧୀମାନେ ଦୁର୍ବଳ ହୋଇଯିବେ। ଧନ ସମ୍ପତ୍ତି ଓ ଗୃହ କାର୍ଯ୍ୟରେ ସମୟ ବିତିବ। ପ୍ରିୟ ଲୋକଙ୍କ ସହିତ ସାକ୍ଷାତ ହେବ ଏବଂ ପଦୋନ୍ନତିର ସୁଯୋଗ ମିଳିବ। ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି କରିବେ। ପ୍ରତିକାର ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେସାପ୍ତାହିକ ରାଶିଫଳ: ୨୮ ଅକ୍ଟୋବର ରୁ ୩ ନଭେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ଲାଭ ମିତ୍ରଙ୍କଠାରୁ ସହଯୋଗ ପାଇବେ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।  ବିରୋଧୀମାନେ ଶାନ୍ତ ହେବେ ଏବଂ ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ବ୍ୟବସାୟ କ୍ଷେତ୍ରରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଗୃହସମସ୍ୟାକୁ ସମାଧାନ କରି  ଧନ ସମ୍ପତିକୁ ଆୟତ୍ତ କରିପାରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି।  ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ-ପ୍ରତିଷ୍ଠା ବୃଦ୍ଧି ହେବ। ଦାମ୍ପତ୍ୟ ସୁଖବୃଦ୍ଧି ହେବ। ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ନାନା ବାଟରେ ଧନାଗମ ଘଟିବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।  

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା ଧନ ଲାଭ ହେବ। ଶୁଭ ସମାଚାର ଶୁଣି ମାନସିକ ସ୍ଥିରତା ବଢିବ। ବ୍ୟବସାୟରେ ସଫଳତା ମିଳିବ ଓ ଅଭିଷ୍ଟ ପ୍ରାପ୍ତି ହେବ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା  ପାଇବେ। ପାଠ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।  

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜକୀୟ ମାମଲାରେ ସଫଳତା ମିଳିବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ସହକର୍ମୀମାନେ କାମର ପ୍ରଶଂସା କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିକାର ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରୋଜଗାରରେ ଉନ୍ନତି ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଜନସମ୍ପର୍କ ସୁଦୃଢ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାରହନୁମାନ ମନ୍ଦିରରେ ଭୋଗ କରି ବାଣ୍ଟିବେ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ସଫଳତା ପ୍ରାପ୍ତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!